Posted inଜାତୀୟ

କିଛି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ତୃତୀୟ ଲହରର ଲକ୍ଷଣ: ଆଇସିଏମଆର୍‌

ନୂଆଦିଲ୍ଲୀ,୩୧।୮: ଦେଶରେ କରୋନା ଭାଇରସ ସଂକ୍ରମଣର ପ୍ରତିଦିନ କ୍ରମାଗତ ଭାବରେ ଉତ୍‌ଥାନ-ପତନ ଦେଇ ଗତି କରୁଛି। ମଙ୍ଗଳବାର ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦,୯୪୧ଟି ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥି ସହିତ କେତେକ ରାଜ୍ୟରେ କରୋନା ସଂକ୍ରମଣ ଚିନ୍ତାଜନକ ରହିଛି। ଏ ନେଇ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌)ର ଏପିଡେମୋଲୋଜି ଏବଂ କମ୍ୟୁନିକେବଲ ଡିଜିଜେସ୍‌ର ମୁଖ୍ୟ ଡା. ସମୀର ପଣ୍ଡା କହିଛନ୍ତି ଯେ, ଯେଉଁ ରାଜ୍ୟଗୁଡ଼ିକରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ସମୟରେ ଭୟ ଦେଖା ଦେଇ ନାହିଁ, ଏବେ ସେହି ରାଜ୍ୟରେ କରୋନା ମାମଲା ବୃଦ୍ଧି ପାଉଛି। ଏହା କରୋନା ତୃତୀୟ ଲହରର ପ୍ରାରମ୍ଭିକ ସଙ୍କେତ ଅଟେ ବୋଲି ସେ କହିଛନ୍ତି।
ଡକ୍ଟର ପଣ୍ଡା କହିଛନ୍ତି ଯେ, ସମଗ୍ର ଭାରତ ବିଷୟରେ ଆଲୋଚନା ନ କରି ସମ୍ପୃକ୍ତ ରାଜ୍ୟଗୁଡିକ ନିର୍ଦ୍ଦିଷ୍ଟ ଆଭିମୁଖ୍ୟ ଗ୍ରହଣ କରିବା ଜରୁରୀ। କାରଣ ସମସ୍ତ ରାଜ୍ୟରେ ପରିସ୍ଥିତି ସମାନ ନୁହେଁ। ବିଭିନ୍ନ ରାଜ୍ୟ ମହାରାଷ୍ଟ୍ର ଏବଂ ଦିଲ୍ଲୀ ଭଳି ରାଜ୍ୟରୁ ଶିକ୍ଷା ଗ୍ରହଣ କରି କୋଭିଡ ୧୯ ଉପରେ ପ୍ରତିବନ୍ଧକ ଲଗାଇବା ଏବଂ ଟିକାକରଣ ବୃଦ୍ଧି କରିବା ଆରମ୍ଭ କରିଥିଲେ। କେତେକ ରାଜ୍ୟରେ କୋଭିଡ ମାମଲା ବୃଦ୍ଧି ଏକ ତୃତୀୟ ଲହରକୁ ସୂଚାଉଛି। ପ୍ରଥମ ଏବଂ ଦ୍ୱିତୀୟ ଲହର ସମୟରେ କରୋନା ସଂକ୍ରମଣର ସଂଖ୍ୟା ଏବଂ ପରିମାଣକୁ ବିଶ୍ଳେଷଣ କରି ସମସ୍ତ ରାଜ୍ୟ ନିଜକୁ ତୃତୀୟ ଲହରରୁ ରକ୍ଷା କରିବା ପାଇଁ ରଣନୀତି ପ୍ରସ୍ତୁତ କରିବା ଉଚିତ୍‌ ବୋଳି ସେ କହିଛନ୍ତି।
ବିଦ୍ୟାଳୟଗୁଡ଼ିକର ପୁନଃ ଖୋଲିବା ବିଷୟରେ ଡକ୍ଟର ପଣ୍ଡା କହିଛନ୍ତି ଯେ ଆମକୁ ଏ ବିଷୟରେ ଭୟଭୀତ ହେବାର ଆବଶ୍ୟକତା ନାହିଁ। ଚତୁର୍ଥ ଜାତୀୟ ସେରୋ ସର୍ଭେରେ ଏହା ଜଣାପଡିଛି ଯେ ପ୍ରାୟ ୫୦ ପ୍ରତିଶତ ପିଲା ସଂକ୍ରମିତ ହୋଇଛନ୍ତି। ତେଣୁ କୌଣସି କାରଣ ବିନା ଆମକୁ ଭୟଭୀତ କରିବାର ଆବଶ୍ୟକତା ନାହିଁ । ସେ କହିଛନ୍ତି ଯେ, ବିଦ୍ୟାଳୟ ଖୋଲିବା ନିରାପଦ କି ନୁହେଁ ଚିନ୍ତା କରିବା ଅପେକ୍ଷା ଭଲ ପ୍ରସ୍ତୁତି କରିବା ଅଧିକ ଗୁରୁତ୍ୱପୂର୍ଣ୍ଣ। ଶିକ୍ଷକ, ଅଭିଭାବକ, ସହାୟକ କର୍ମଚାରୀ, ବସ ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ଟିକାକରଣ କରାଯିବା ଉଚିତ୍‌। କୋଭିଡ ଉପଯୁକ୍ତ ଅଭ୍ୟାସ (ସିଏବି) କାର୍ଯ୍ୟକାରୀ ହେବା ଜରୁରୀ ଅଟେ, ଏବଂ ସିଏବି ସୂଚାଉଥିବା ହୋର୍ଡିଂ ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri