Posted inଖେଳ

ଶ୍ରୀଲଙ୍କାରେ ଭାରତ ୩ ଦିନିକିଆ, ଟି୨୦ ଖେଳିବ

ନୂଆଦିଲ୍ଲୀ, ୧୧।୫-
ଶ୍ରୀଲଙ୍କାରେ ଭାରତୀୟ କ୍ରିକେଟ ଦଳ ଆସନ୍ତା ଜୁଲାଇରେ ୩ଟି ଲେଖାଏ ଦିନିକିଆ ଓ ଟି୨୦ କ୍ରିକେଟ ମ୍ୟାଚ ଖେଳିବା ଏକପ୍ରକାର ନିଶ୍ଚିତ ହୋଇଛି। ତେବେ ଶୀର୍ଷସ୍ଥାନୀୟ ଖେଳାଳିମାନେ ସେତେବେଳେ ୟୁକେରେ ଥିବାରୁ ଏକ ଦ୍ୱିତୀୟ ଶ୍ରେଣୀୟ ଭାରତୀୟ ଦଳ ଶ୍ରୀଲଙ୍କା ଯିବ। ଶ୍ରୀଲଙ୍କା କ୍ରିକେଟ ପକ୍ଷରୁ ପ୍ରସ୍ତାବିତ କାର୍ଯ୍ୟସୂଚୀ ଅନୁସାରେ ୩ଟି ଦିନିକିଆ ଜୁଲାଇ ୧୩, ୧୬, ୧୯ ଏବଂ ୩ଟି ଟି୨୦ ଜୁଲାଇ ୨୨, ୨୪ ଓ ୨୭ ତାରିଖରେ ଅନୁଷ୍ଠିତ ହେବ। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଜୁନ୍‌ ୧୮ରୁ ୨୨ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ବିପକ୍ଷରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଖେଳିବ। ଏହାପରେ ଅଗଷ୍ଟ ୪ରୁ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ମଝିରେ ଏକମାସର ବ୍ୟବଧାନ ଥିଲେ ହେଁ କ୍ୱାରାଣ୍ଟାଇନ୍‌ ନିୟମ ଦୃଷ୍ଟିରୁ ଭାରତୀୟ ଦଳ ସେହି ବଳୟ ମଧ୍ୟରେ ହିଁ ରହିବ।
ପ୍ରାରମ୍ଭିକ ପ୍ରସ୍ତୁତି ଅନୁସାରେ ଭାରତୀୟ ଦ୍ୱିତୀୟ ଶ୍ରେଣୀୟ ଦଳ ଜୁଲାଇ ୫ରେ ଶ୍ରୀଲଙ୍କାରେ ପହଞ୍ଚତ୍ବ ଏବଂ ୨୮ରେ ଶ୍ରୀଲଙ୍କା ଛାଡ଼ିବ। ସେଠାରେ ଭାରତୀୟ ଦଳ ଏକସପ୍ତାହ କ୍ୱାରାଣ୍ଟାଇନ୍‌ରେ ରହିବ। ଏହାକୁ ୨ ଭାଗରେ ବିଭକ୍ତ କରାଯାଇଛି। ପ୍ରଥମ ୩ ଦିନ କଡ଼ା ନିୟମ ମଧ୍ୟରେ ଦଳକୁ କେବଳ ହୋଟେଲ ରୁମ୍‌ ମଧ୍ୟରେ କଟାଇବାକୁ ହେବ। ପରବର୍ତ୍ତୀ ୪ ଦିନ ହୋଟେଲ ଏବଂ ଗ୍ରାଉଣ୍ଡରେ ଟ୍ରେନିଂ କରିପାରିବେ। ବିନା ଦର୍ଶକରେ ଏହି ସିରିଜ ଅନୁଷ୍ଠିତ ହେବ। କେଉଁ ଗ୍ରାଉଣ୍ଡରେ ମ୍ୟାଚଗୁଡ଼ିକ ଖେଳାଯିବ ତାହା ସ୍ପଷ୍ଟ କରାଯାଇନାହିଁ। ୨୦୧୮ ନିଦାହାସ ଟ୍ରଫି ପରେ ଭାରତୀୟ ଦଳ ଆଉ ଶ୍ରୀଲଙ୍କା ଗସ୍ତ କରିନାହିଁ। କୋହଲିଙ୍କ ସମେତ ରୋହିତ ଶର୍ମା, ଯଶପ୍ରୀତ୍‌ ବୁମ୍‌ରା, ରବୀନ୍ଦ୍ର ଜାଡେଜା, ରିଷଭ ପନ୍ତ, ଲୋକେଶ ରାହୁଲଙ୍କ ପରି ସିନିୟର ଖେଳାଳି ସେତେବେଳେ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ ପାଇଁ ୟୁକେରେ ଥିବେ। ତେଣୁ ଶ୍ରୀଲଙ୍କା ଗସ୍ତ ପାଇଁ ଶିଖର ଧାଓ୍ବନ, ଭୁବନେଶ୍ୱର କୁମାର, ହାର୍ଦ୍ଦିକ ପାଣ୍ଡ୍ୟା, ୟୁଜବେନ୍ଦ୍ର ଚହଲ, ସଞ୍ଜୁ ସାମ୍‌ସନ, ପୃଥ୍ବୀ ଶ’, ଦୀପକ ଚହର, ରାହୁଲ ଚହର, ଜୟଦେବ ଉନାଡକଟ, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ ଓ ରାହୁଲ ଟଓ୍ବୋଟିଆଙ୍କ ପରି ଖେଳାଳିଙ୍କ ଉପରେ ଚୟନକର୍ତ୍ତାଙ୍କ ଫୋକସ ରହିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?