ବଣାଇ ବନଖଣ୍ଡରେ ଥମୁନି ହାତୀ ଉପଦ୍ରବ

ବଣାଇ, ୧୪।୧୦ (ସ୍ବ.ପ୍ର.):ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ଅଞ୍ଚଳରେ ଦୀର୍ଘଦିନ ହେବ ଦୁଇଟି ଦନ୍ତା ତାଣ୍ଡବ ରଚି ଅନେକ ଫସଲ ନଷ୍ଟ କରିବା ସହ ବହୁ ଘର ଭାଙ୍ଗି ଆତଙ୍କ ଖେଳାଇ ଦେଇଛନ୍ତି। ମୁଖ୍ୟତଃ ହାତୀ ଦୁଇଟି ବଣାଇ ଓ କୁଳିପୋଷ ବନାଞ୍ଚଳରେ ଘୁରି ବୁଲୁଥିବା ବେଳେ ଏଭଳି ଘଟଣାକୁ ବନବିଭାଗ ହାଲୁକା ଭାବେ ଗ୍ରହଣ କରିବା ନେଇ ଅସନ୍ତୋଷ ବୃଦ୍ଧି ପାଇଛି l ଅଞ୍ଚଳରେ ଏକର ଏକର ଧାନ ଫସଲ ନଷ୍ଟ କରିବା ସହିତ ବ୍ୟାପକ ଘର ଭାଙ୍ଗି ଥିବା ଏହି ଦୁଇ ହାତୀ ଏବେ କୁଳିପୋଷ ରେଞ୍ଜର ଶବରା ବନାଞ୍ଚଳରେ ଉତ୍ପାତ ଚଳାଇଛନ୍ତି। ଜଙ୍ଗଲ ଛାଡି ଗାଁ ମୁହାଁ ହୋଇ ତାଣ୍ଡବ କରୁଥିବା ହାତୀଙ୍କ ପାଇଁ ଆତଙ୍କିତ ଅଞ୍ଚଳବାସୀ ଘଉଡାଇବା ପାଇଁ ଏବେ ଆକ୍ରମଣାତ୍ମକ ହୋଇ ପଡିଥିବା ଦେଖାଯାଇଛି। ଅତିଷ୍ଠ ହୋଇ ଏହି ହାତୀମାନଙ୍କୁ କିଏ ପଥର ମାରୁଛି ତ କିଏ ବର୍ଚ୍ଛା ଆଉ କେହି ବାଟୁଳିରେ ଆକ୍ରମଣ କରୁଥିବା ଦେଖିବାକୁ ମିଳିଛି। ଏପରିକି ଏହି ହାତୀକୁ ଅନ୍ୟତ୍ର ନେବାକୁ ଦାବିକରି ବନ କର୍ମଚାରୀଙ୍କୁ ନିକଟ ଅତୀତରେ ଆକ୍ରମଣ ବି ହୋଇଥିଲା। ସେହିଭଳି ଗତ କିଛି ଦିନ ତଳେ ବାଙ୍କୀ ରେଞ୍ଜରେ ହାତୀ ଉପଦ୍ରବରେ ଅତିଷ୍ଠ ହୋଇ କିଛି ଲୋକ ଏକ ହାତୀକୁ ବର୍ଚ୍ଛା ଦ୍ୱାରା ମାରି ଗିରଫ ହୋଇଥିବା ନଜିର ରହିଛି। ବନବିଭାଗର ଅପାରଗତା ପାଇଁ ଏହି ଦୁଇଟି ହାତୀଙ୍କ ଜୀବନ ଏବେ ବିପଦରେ। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଯଦି ଏଭଳି ଘଟଣାକୁ ଗୁରୁତ୍ୱ ନ ଦିଅନ୍ତି ତାହେଲେ ହାତୀଙ୍କ ଜୀବନ ପ୍ରତି ବିପଦ ଘନେଇ ଆସୁଛି। ଏପରିକି ପଥର ମାଡ, ବର୍ଚ୍ଛା ଆକ୍ରମଣରେ ହାତୀର କ୍ଷତଚିହ୍ନ ହୋଇଥିବା ଶୁଣିବାକୁ ମିଳିଛି। ଘଟଣା ସମ୍ପର୍କରେ ଯୋଗା ଯୋଗ କରିଥିଲେ ହେଁ ବନ ବିଭାଗର ପ୍ରତିକ୍ରିୟା ମିଳିପାରିନାହିଁ l


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri