୧୧୦ ସ୍ଥାନରେ ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍‌ ସରିଲା

ଭୁବନେଶ୍ୱର, ୯।୧(ବ୍ୟୁରୋ): କରୋନା ଟିକାକରଣ ପୂର୍ବରୁ ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍‌ ଶୁକ୍ରବାର ରାଜ୍ୟର ୧୧୦ ସ୍ଥାନରେ ଶେଷ ହୋଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ମେଡିକାଲ କଲେଜ ସମେତ ୧୧ ଘରୋଇ ହସ୍ପିଟାଲରେ ଏହି ପର୍ଯ୍ୟାୟ ଡ୍ରାଏ ରନ୍‌ ହୋଇଛି। ପ୍ରତି ସ୍ଥାନରେ ୨୫ ଜଣଙ୍କୁ ‘ଡମି’ ଟିକା ଦିଆଯାଇଛି। ସହର ହେଉ କି ଗାଁ, ଟିକାକରଣରେ ଉପୁଜୁଥିବା ଅସୁବିଧା ସବୁ ଏଥିରୁ ଜଣାପଡୁଛି। ଟିକା ନେବାର ୩୦ ମିନିଟ୍‌ ଭିତରେ ଯଦି ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଏ, ତେବେ ତୁରନ୍ତ ଚିକିତ୍ସା କରିବା ପାଇଁ ଟିକାଗ୍ରହୀତାଙ୍କୁ ନିରୀକ୍ଷଣ କକ୍ଷରେ ରଖାଯିବ। ସେଥିରେ ସମସ୍ତ ଜୀବନ ରକ୍ଷାକାରୀ ଔଷଧ ମହଜୁଦ ରହିଛି। କେନ୍ଦ୍ରରୁ ଖୁବ୍‌ଶୀଘ୍ର ଟିକା ଆସିବ ବୋଲି ନିର୍ଦ୍ଦେଶକ କହିଛନ୍ତି। ସେପଟେ ଡିଏମ୍‌ଇଟି ଡା. ସିବିକେ ମହାନ୍ତି କହିଛନ୍ତି, ଟିକାର ଉଦ୍ଦେଶ୍ୟ ମହତ। ଗବେଷଣାରୁ ଜଣାପଡ଼ିଛି ଏହି ଟିକାର କିଛି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ। ତେଣୁ ଟିକା ନେବାରେ ସଙ୍କୋଚ ନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏହାଛଡ଼ା ଆହୁରି ମଧ୍ୟ ସେ କହିଛନ୍ତି ଯେ, ସବୁ ଔଷଧ ଓ ଟିକାର କିଛି ପ୍ରତିକ୍ରିୟା ଥାଏ। ଜରୁରୀ ବ୍ୟବହାର ପାଇଁ କରୋନା ଟିକା ଖୁବ୍‌ କମ୍‌ ଦିନ ଭିତରେ ବାହାରିଛି। ଏହି ଟିକା କାମ କରିବ ଓ ଫଳପ୍ରଦ ହେବ। ଟିକା ନ ନେଲେ ଆମେ ବିପଦରେ ରହିବା। ପର୍ଯ୍ୟାୟକ୍ରମେ ସମସ୍ତଙ୍କୁ କରୋନା ଟିକା ଦିଆଯିବ। ପ୍ରଥମ ପର୍ଯ୍ୟାୟ ପାଇଁ ୨୧ ଲକ୍ଷ ସିରିଞ୍ଜ ଯଥେଷ୍ଟ ବୋଲି ସେ ସୂଚନା ଦେଇଛନ୍ତି। ଟିକାକରଣ ସମୟରେ ଯେମିତି କିଛି ଅସୁବିଧା ନ ହେଉ, ସେଥିପାଇଁ ଦ୍ବିତୀୟଥର ଟିକାର ଡ୍ରାଏ ରନ୍‌ କରାଯାଇଛି ବୋଲି ଡିଏମ୍‌ଇଟି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri