୮,୧୬୮ ପିଲା ଅଧାରୁ ପାଠ ଛାଡ଼ିଛନ୍ତି

ଭୁବନେଶ୍ୱର, ୯।୧୨(ବ୍ୟୁରୋ): ୨୦୧୯-୨୦ ଶିକ୍ଷା ବର୍ଷରେ ୮,୧୬୮ ପିଲା ଅଧାରୁ ପାଠ ଛାଡ଼ିଛନ୍ତି। ଏଥିମଧ୍ୟର ନୂଆପଡ଼ାରୁ ସର୍ବାଧିକ ୮୯୬, ଗଞ୍ଜାମ ୫୮୩, ମୟୂରଭଞ୍ଜ ୫୪୨, ସୁନ୍ଦରଗଡ଼ ୫୨୬, ଖୋର୍ଦ୍ଧା ୬୦୩, କେନ୍ଦୁଝର ୬୮୧, କଳାହାଣ୍ଡି ୫୨୮ ପିଲା ରହିଛନ୍ତି। ସେହିଭଳି ରାୟଗଡ଼ା ୪୬୦, ଯାଜପୁର ୪୪୯, କୋରାପୁଟ ୪୨୮, ବାଲେଶ୍ୱର ୨୭୮, କଟକ ୨୪୧, କେନ୍ଦ୍ରାପଡ଼ା ୨୧୨, ନବରଙ୍ଗପୁର ୧୯୫, ବଲାଙ୍ଗୀର ୧୭୧, ବରଗଡ଼ ୧୬୯, ପୁରୀ ୧୬୫, କନ୍ଧମାଳ ୧୬୪, ଅନୁଗୋଳ ୧୨୪, ସମ୍ବଲପୁର ୧୨୨, ଗଜପତି ୧୧୨, ମାଲକାନଗିରି ୧୦୮, ନୟାଗଡ଼ ୯୦, ଭଦ୍ରକ ୭୪, ଜଗତ୍‌ସିଂହପୁର ୬୦, ଢେଙ୍କାନାଳ ୪୮, ଝାରସୁଗୁଡ଼ା ୪୬, ସୋନପୁର ୪୪ଜଣ ଦେବଗଡ଼ ୨୮ ଓ ବୌଦ୍ଧ ୨୧ଜଣ ପିଲା ଅଧାରୁ ପାଠ ଛାଡ଼ିଛନ୍ତି। ଏମାନଙ୍କୁ ସ୍କୁଲକୁ ଫେରାଇ ଆଣିବା ପାଇଁ ଜିଲା ଶିକ୍ଷାଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି ବୋଲି ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଧାନସଭାରେ ଉତ୍ତର ରଖିଛନ୍ତି।
କରୋନା ପରବର୍ତ୍ତୀ ସମୟରେ ହାଇସ୍କୁଲ ଓ ଉଚ୍ଚ ପ୍ରାଥମିକ ସ୍କୁଲ ଖୋଲିବାକୁ ସରକାର ଅନୁମତି ଦେଇଛନ୍ତି କି? ଏବେ ପୂର୍ବପରି ପିଲାମାନେ ସ୍କୁଲକୁ ଆସିବାକୁ ଆଗ୍ରହ ପ୍ରକାଶ କରୁ ନ ଥିବା କଥା ସତ କି? ସମଗ୍ର ରାଜ୍ୟରେ ପାଠପଢ଼ା ଛାଡ଼ିଥିବା ପିଲାଙ୍କ ସଂଖ୍ୟା କେତେ? ପିଲାଙ୍କୁ ସ୍କୁଲକୁ ଫେରାଇ ଆଣିବା ପାଇଁ କାହାକୁ ଦାୟିତ୍ୱ ଦିଆଯାଇଛି ବୋଲି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରଶ୍ନ କରିଥିଲେ। ଉତ୍ତରରେ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, କରୋନା ପରବର୍ତ୍ତୀ ସମୟରେ ଷଷ୍ଠ-ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ପାଇଁ ସରକାର ଅନୁମତି ପ୍ରଦାନ କରିଛନ୍ତି। ପୂର୍ବପରି ପିଲାମାନେ ସ୍କୁଲକୁ ଆସିବାକୁ ଆଗ୍ରହ ପ୍ରକାଶ କରୁ ନ ଥିବା ନେଇ କୌଣସି ତଥ୍ୟ ହସ୍ତଗତ ହୋଇନାହିଁ। ତେବେ ୨୦୧୯-୨୦ରେ ୮,୧୬୮ ପିଲା ଅଧାରୁ ପାଠ ଛାଡ଼ିଛନ୍ତି। ସେହିପରି ସ୍ମାର୍ଟଫୋନ ଉପଲବ୍ଧତା ନେଇ ବିଧାୟିକା କୁସୁମ ଟେଟେ ଗଣଶିକ୍ଷା ମନ୍ତ୍ରୀ ଦାଶଙ୍କୁ ପ୍ରଶ୍ନ କରିଥିବାବେଳେ ଏହାର ଉତ୍ତରରେ ସେ କହିଛନ୍ତି, ୨୦୨୦ ସେପ୍ଟେମ୍ବରରେ ଏନେଇ ସର୍ଭେ ହୋଇଥିଲା। ପ୍ରଥମରୁ ଦଶମ ଶ୍ରେଣୀ ପିଲାଙ୍କୁ ନେଇ ସର୍ଭେ କରାଯାଇଥିବାବେଳେ ରାଜ୍ୟରେ ୨୮.୮୭% ପିଲାଙ୍କ ପାଖରେ ସ୍ମାର୍ଟଫୋନ ଥିବା ଜଣାପଡ଼ିଥିଲା। ଅର୍ଥାତ୍‌ ୭୧% ପିଲା ସ୍ମାର୍ଟ ଫୋନ ବ୍ୟବହାର କରୁ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri