Posted inଜାତୀୟ

୨୦୨୪ ଲୋକସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଏନଡିଏକୁ ମିଳିବ ୪୦୦ରୁ ଅଧିକ ଆସନ…

ରାଞ୍ଚି,୯।୧୨ : ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ) ନେତା ଚିରାଗ ପାସୱାନ ଶନିବାର ଦାବି କରିଛନ୍ତି ୨୦୨୪ ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ନ୍ୟାଶନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ) ୪୦୦ରୁ ଅଧିକ ଆସନରେ ଜିତିବ। ଝାଡ଼ଖଣ୍ଡକୁ ବ୍ୟକ୍ତିଗତ ଗସ୍ତରେ ଆସିଥିବା ପାସୱାନ ରାମଗଡ ଜିଲାର ରାଜପ୍ରପ୍ପାଠାରେ ଅବସ୍ଥିତ ଛିିନ୍ନମସ୍‌ସ୍ତିକା ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ରାଞ୍ଚିର ର୍ବିସା ମୁଣ୍ଡା ବିମାନବନ୍ଦରରେ ଖବରଦାତାମାନଙ୍କ ସହ କଥାବାର୍ତ୍ତା କରି ସେ କହିଛନ୍ତି ନିକଟରେ ଚାରିଟି ରାଜ୍ୟରେ ହୋଇଥିବା ବିଧାନସଭା ନିବାଚନର ଫଳାଫଳ ଦର୍ଶାଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ କେନ୍ଦ୍ରରେ ପୁଣି ସରକାର ଗଠନ କରିବାକୁ ଯାଉଛି।

ସମ୍ପ୍ରତି ଶେଷ ହୋଇଥିବା ବିଧାନସଭା ନିର୍ବାଚନ ଫଳାଫଳ ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନର ସେମିଫାଇନାଲ ଭାବରେ ବିବେଚନା କରାଯାଉଛି। ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ପରାସ୍ତ କରି ହିନ୍ଦୀ ଭାଷାଭାଷୀ ରାଜ୍ୟରେ ଭାଜପା ନିଜର ଆଭିମୁଖ୍ୟକୁ ମଜବୁତ କରିଛି।

ପାସୱାନ କହିଛନ୍ତି, ବିହାର, ଝାଡଖଣ୍ଡ ଏବଂ ଉତ୍ତରପ୍ରଦେଶର ସମସ୍ତ ଆସନରେ ଏନଡିଏ ଜିତିବ କାରଣ ଲୋକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ଉପରେ ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି। ଜାନୁଆରୀ ୨୧ରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଝାଡଖଣ୍ଡ ଗସ୍ତର କୌଣସି ପ୍ରଭାବ ପଡିବ ନାହିଁ ବୋଲି ସେ କହିଛନ୍ତି। କାରଣ ବିହାରର ଲୋକମାନେ ତାଙ୍କୁ ପ୍ରତ୍ୟାଖ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?