Posted inଖେଳ

୩୨ ତମ ମ୍ୟାଚରେ ଆରସିବି-ଆରଆର ଲଢ଼େଇ…

ବେଙ୍ଗାଲୁରୁ,୨୩।୪ : ଆଇପିଏଲ-୨୦୨୩ର ୩୨ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ରାଜସ୍ଥାନ ରୟାଲ୍ସ(ଆରଆର)କୁ ଭେଟିବ। ରବିବାର ଅପରାହ୍ନ ସାଢ଼େ ୩ଟାରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ପଏଣ୍ଟ ଟେବୁଲର ଶୀର୍ଷରେ ଥିବା ରାଜସ୍ଥାନ ଦଳ ପଞ୍ଚମ ବିଜୟ ଉପରେ ନଜର ରଖିବ। ଦଳ ୬ ଟି ମ୍ୟାଚ ମଧ୍ୟରୁ ଚାରିଟି ଜିତିଛି। ଦୁଇଟି ମ୍ୟାଚରେ ଦଳ ପରାଜୟର ସମ୍ମୁଖୀନ ହୋଇଛି। ଅନ୍ୟପକ୍ଷରେ ଆରସିବି ୬ଟି ମ୍ୟାଚ ମଧ୍ୟରୁ ତିନୋଟି ଜିତି ତିନୋଟିରେ ହାରିଛି।

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ପ୍ଲେଇଙ୍ଗ ୧୧ରେ ବିରାଟ କୋହଲି, ଫାଫ ଡୁପଲେସିସ(ଅଧିନାୟକ), ଗ୍ଲେନ ମ୍ୟାକ୍ସୱେଲ, ମହିପାଲ ଲୋମୋର, ଦୀନେଶ କାର୍ତ୍ତିକ(ଓ୍ବିକେଟ କିପର), ଶାହାବାଜ ଅହମ୍ମଦ, ଭାନିନ୍ଦୁ ହାସରାଙ୍ଗା, ସୁୟାଶ ପ୍ରଭାସାଇ, ହର୍ଷଲ ପଟେଲ, ୱେନ ପାର୍ନେଲ, ମହମ୍ମଦ ସିରାଜ ପ୍ରମୁଖ ଅଛନ୍ତି।

ସେହିପରି ରାଜସ୍ଥାନ ରୟାଲ୍ସର ପ୍ଲେଇଙ୍ଗ ୧୧ରେ ଜୋସ ବଟଲର, ଯଶସ୍ବୀ ଜୈସୱାଲ, ସଞ୍ଜୁ ସାମସନ(ଅଧିନାୟକ, ଓ୍ବିକେଟ କିପର), ଦେବଦତ୍ତ ପାଦିକଲ, ଶିମ୍ରନ ହେଟମିୟର, ରିୟାନ ପାରାଗ, ଧ୍ରୁଭ ଜୋରେଲ, ରବିଚନ୍ଦ୍ରନ ଅଶ୍ୱିନ, ଜେସନ ହୋଲ୍ଡର, ଟ୍ରେଣ୍ଟ ବୋଲ୍ଟ, ସନ୍ଦୀପ ଶର୍ମା, ୟୁଜଭେନ୍ଦ୍ର ଚହଲ୍‌ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?