୮୩ ମିନିଟର ଭାଷଣରେ ଦେଶ ବିକାଶଠାରୁ ଆରମ୍ଭ କରି ବିରୋଧୀଙ୍କୁ ଟାର୍ଗେଟ…

ନୂଆଦିଲ୍ଲୀ, ୧୫।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲାଲ କିଲ୍ଲାରୁ ନବମ ଥର ପାଇଁ ଦେଶକୁ ସମ୍ବୋଧିତ କରିଛନ୍ତି। ୭୬ ତମ ସ୍ବାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ଲାଲ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ୮୩ ମିନିଟ ପାଇଁ ଦେଶକୁ ସମ୍ବୋଧିତ କରିଥିଲେ। ନିଜ ଭାଷଣରେ ପ୍ରଧାନମନ୍ତ୍ରୀ ଦେଶ ବିକାଶଠାରୁ ଆରମ୍ଭ କରି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି।

ଏହାପୂର୍ବରୁ, ୨୦୨୧ରେ ସ୍ବାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ୮୮ ମିନିଟ ଭାଷଣ ଦେଇଥିଲେ। ୨୦୧୪ ରେ, ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ୧୬୫ ମିନିଟ ପାଇଁ ଦେଶକୁ ସମ୍ବୋଧିତ କରିଥିଲେ।

୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮୬ ମିନିଟର ଭାଷଣ ଦେଇ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ରେକର୍ଡ ଭାଙ୍ଗିଥିଲେ। ନେହେରୁ ୧୯୪୭ରେ ଲାଲ୍‌ କିଲ୍ଳାରୁ ୭୨ ମିନିଟର ଲମ୍ବା ଭାଷଣ ଦେଇଥିଲେ।

ପ୍ରଧାନମନ୍ତ୍ରୀ ବର୍ତ୍ତମାନ ପର୍ଯ୍ୟନ୍ତ ଲାଲ୍‌ କିଲ୍ଲାରୁ ନଅ ଥର ଦେଶକୁ ସମ୍ବୋଧିତ କରିଛନ୍ତି। କେବଳ ଥରେ ସେ ଏକ ଘଣ୍ଟାରୁ କମ ସମୟ ପାଇଁ ଦେଶକୁ ସମ୍ବୋଧିତ କରିଥିଲେ। ୨୦୧୭ ସ୍ବାଧୀନତା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ ଏକ ଘଣ୍ଟାରୁ କମ ୫୬ ମିନିଟ ଲମ୍ବା ଥିଲା । ଏହା ହେଉଛି ତାଙ୍କର ସବୁଠାରୁ ଛୋଟ ଭାଷଣ ।

ସେହିପରି ପ୍ରଧାନମନ୍ତ୍ରୀ ୨୦୧୬ରେ ୯୬ ମିନିଟ, ୨୦୧୮ରେ ୮୨ ମିନିଟ, ୨୦୧୯ ରେ ୯୩ ମିନିଟ, ୨୦୨୦ ରେ ୮୬ ମିନିଟର ଭାଷଣ ଲାଲ୍‌ କିଲ୍ଲାରୁ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri