ପ୍ରେମିକଙ୍କ ସହ ଅସଂଜତ ଅବସ୍ଥାରେ ସ୍ତ୍ରୀଙ୍କୁ ଦେଖିଦେଲେ ସ୍ବାମୀ, ତା’ପରେ ଯାହା ଘଟିଲା…

ଦିଗପହଣ୍ଡି,୨୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଘଟିଯାଇଛି ଏକ ଚର୍ଚ୍ଚିତ ଘଟଣା। ଘରେ ସ୍ବାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ ନିୟମିତ ବ୍ୟବଧାନରେ ଶାରୀରିକ ସମ୍ପର୍କ ରଖି ଆସୁଥିଲେ। ଏପରିକି ପ୍ରେମିକଙ୍କ ସହ ସ୍ତ୍ରୀ ଅସଂଜତ ଅବସ୍ଥାରେ ଥିବାବେଳେ ସ୍ବାମୀ ଦେଖି ଦେବାରୁ ସ୍ତ୍ରୀ ପ୍ରେମିକଙ୍କ ସହାୟତାରେ ସ୍ବାମୀଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ରବିବାର ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୨୨୪/୨୬ ଭାରତୀୟ ନ୍ୟାୟ ସଂହିତା ର ଦଫା-୩୩୩/୧୧୫(୨)/୧୧୭(୨)/୧୦୯/୩୫୧(୨)/୩(୫)ଅନୁଯାୟୀ ଅଭିଯୁକ୍ତା ସ୍ତ୍ରୀ ଏବଂ ତାଙ୍କ ପ୍ରେମିକଙ୍କ ନାଁରେ ମକଦ୍ଦମା ରୁଜୁ କରି ଏଏସଆଇ ଦିଲ୍ଲୀପ ଗୋରଡ଼ାଙ୍କୁ ତଦନ୍ତ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ଗିରଫ ଭୟରେ ସ୍ତ୍ରୀ ଏବଂ ତାଙ୍କ ପ୍ରେମିକ ଫେରାର୍‌ ଥିବା ଜଣାପଡିଛି। ଗତ ଶୁକ୍ରବାର ରାତି ପ୍ରାୟ ୧୦ ଟାରେ ସ୍ବାମୀ କାମ ସାରି ଘରକୁ ଫେରିବା ପରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ ଘରେ ଅସଂଜତ ଅବସ୍ଥାରେ ଥିବା ଦେଖିଥିଲେ। ପ୍ରତିବାଦ କରିବାରୁ ସ୍ତ୍ରୀ ଓ ପ୍ରେମିକ ତାଙ୍କୁ ଘର କବାଟ ପକାଇ ମରଣାନ୍ତକ ଆକ୍ରମଣ କରିଥିଲେ। ପୁଅ ,ଝିଅ ତାଙ୍କ ବାପାଙ୍କୁ ମାଡ଼ ନ ମାରିବାକୁ କାନ୍ଦି କାନ୍ଦି କାକୁତି ମିନତି ହୋଇଥିଲେ ମଧ୍ୟ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଗୁପ୍ତାଙ୍ଗକୁ ଟାଣି ମାଡ଼ ମାରିଥିବାବେଳେ ତାଙ୍କୁ ଜୀବନରେ ମାରିଦେବାକୁ କହିଥିଲେ। ପ୍ରେମିକ ଘରେ ଥିବା ଏକ ଠେଙ୍ଗାରେ ତାଙ୍କୁ ନିସ୍ତୁକ ମାଡ଼ ମାରିବାରୁ ତାଙ୍କ ବାମ ହାତ ଓ ବାମ ଗୋଡ ଭାଙ୍ଗିଯାଇଥିଲା। ସେ କୌଶଳ କ୍ରମେ ଘର ଭିତରୁ ଦୌଡ଼ି ପଳାଇଥିଲେ। ସ୍ତ୍ରୀ ଓ ପ୍ରେମିକ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ମାରିଥିଲେ। ସେ ତଳେ ପଡିଯିବାରୁ ମୃତ୍ୟୁବରଣ କରିଥିବା ଭାବି କରି ଉଭୟେ ପଳାଇଥିଲେ। ପ୍ରାଣ ଭୟରେ ସେ ଘର ନିକଟ ଏକ ବୁଦା ଉହାଡରେ ରାତି ସାରା ଲୁଚି ରହିଥିଲେ। ସକାଳେ ଖବରପାଇ ତାଙ୍କ ଶାଳକ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ବୋଲି ଏତଲାରେ ଉଲ୍ଲେଖ ରହିଛି ।

Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?