ବିଧାନସଭାରେ ବଡ଼ଭାଇ କେ.ଭି ସିଂଙ୍କୁଏହି ପ୍ରଶ୍ନ କଲେ ସାନଭାଇ କଳିକେଶ, ଉତ୍ତରରେ ବଡ଼ ଭାଇ କହିଲେ…

ଭୁବନେଶ୍ୱର,୨୮ା୮: ବିଧାନସଭାରେ ଆଜିର ପ୍ରଶ୍ନ ଉତ୍ତର ବେଶ୍‌ ଆଖିଦୃଶିଆ ତଥା ହାସ୍ୟରୋଳ ବି ଥିଲା। ବଡ଼ ଭାଇ ତଥା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ ସାନ ଭାଇ କଳିକେଶ ଠିଆ ହୋଇ କିଛି ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତର ରଖିଥିଲେ କେ.ଭି।

କଳିକେଶ ପଚାରିଥିଲେ ଉପମୁଖ୍ୟମନ୍ତ୍ରୀ ଅନୁଗ୍ରହ କରି କହିବେ କି ବଲାଙ୍ଗୀର ଜିଲାରେ କୃଷି ସହ ଫସଲ ଉତ୍ପାଦନ ବୃଦ୍ଧିରେ କେଉଁ କେଉଁ ସମସ୍ୟା ଅନ୍ତରାୟ ସୃଷ୍ଟି କରୁଛି। ସରକାର ଆକଳନ କରିଛନ୍ତି କି? ଯଦି ହଁ ତେବେ ଏହାର ପ୍ରତିକାର କରି ଜିଲାରେ କୃଷି ଉତ୍ପାଦନ ବୃଦ୍ଧି ପାଇଁ କ’ଣ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି।

ଏହାର ଉତ୍ତରରେ କେ.ଭି କହିଥିଲେ, ବଲାଙ୍ଗୀର ଜିଲା ବୃଷ୍ଟିପାତ ଅଳ୍ପ ଏବଂ ପ୍ରତ୍ୟେକ ବିକଳ୍ପ ବର୍ଷରେ ମରୁଡ଼ି ଏବଂ ବନ୍ୟା ପରିସ୍ଥିତି ଅନୁଭବ କରେ। ଯଦି ପର୍ଯ୍ୟାପ୍ତ ପରିମାଣର ବର୍ଷା ହୁଏ ତେବେ ସମସ୍ତ ଉତ୍ସରୁ ଜଳସେଚନ ସମ୍ଭାବନା ମାତ୍ର ୬୦ ପ୍ରତିଶତ ଅଟେ। ଚାଷଜମି ୩,୪୫,୪୭୫ ହେକ୍ଟର ମଧ୍ୟରୁ ୧୪୫୮୫.୧୦ ହେକ୍ଟର ଚାଷଜମିରେ ଅଣୁଜଳସେଚନର ସୁବିଧା ରହିଛି। ବଲାଙ୍ଗୀର କୃଷକମାନେ ଧାନଚାଷ ଆବଶ୍ୟକତା ଅନୁଯାୟୀ କ୍ରପ୍‌ କଣ୍ଟିଜ୍‌ନେଣ୍ଟ ପ୍ଲାନ୍‌ ପ୍ରସ୍ତୁତ କରାଯାଇଛି। ଜିଲାସ୍ତରରେ ମଧ୍ୟ ବିପର୍ଯ୍ୟୟ ଯୋଜନା ପ୍ରସ୍ତୁତ କରି ଆବଶ୍ୟକ ସ୍ଥଳେ କାର୍ଯ୍ୟକାରୀ କରାଯାଇଥାଏ। ପନିପରିବା ଓ ମସଲା ଜାତୀୟ ଫଲସର ବିହନର ସହଜ ଉପଲବ୍ଧି ପାଇଁ ବିଗତ ୩ ବର୍ଷ ମଧ୍ୟରେ ୧୬ଟି ବିହନ ଭଣ୍ଡାରକୁ ଲାଇସେନ୍ସ ପ୍ରଦାନ କରାଯାଇଛି। ଏହାବ୍ୟତୀତ ସରକାରୀ କାର୍ଯ୍ୟକ୍ରମରେ ଚାଷ କରାଯାଉଥିବା ଆଳୁ, ପିଆଜ, ଧନିଆ, ଲଙ୍କା, ମେଥି, ଅଦା ଓ ଶଙ୍କର ଜାତୀୟ ପନିପରିବାର ବିହନ ସରକାରୀ ସଂସ୍ଥାର ଅଣାଯାଇ ଚାଷୀମାନଙ୍କୁ ଯୋଗାଇ ଦିଆଯାଉଛି ବୋଲି ଉତ୍ତର ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?