Posted inରାଜ୍ୟ

ସୀମାନ୍ତ ରାଜ୍ୟରେ ଓଡ଼ିଆକୁ ୨ୟ ଭାଷାରୁ ବାଦ୍‌

ଭୁବନେଶ୍ୱର,୯।୧୦(ବ୍ୟୁରୋ): ଓଡ଼ିଆ ଭାଷା ଗୃହ କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। କମିଟି ଅଧ୍ୟକ୍ଷ ତଥା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ବିଧାନସଭା ସଚିବାଳୟ ୫୪ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ସୀମାନ୍ତ ଅଞ୍ଚଳରେ ଓଡ଼ିଆ ଭାଷାର ବାସ୍ତବ ସ୍ଥିତି ଉପରେ ବ୍ୟାପକ ଆଲୋଚନା ହୋଇଛି। ଝାଡ଼ଖଣ୍ଡ ଓ ଛତିଶଗଡ଼ ରାଜ୍ୟରେ ଓଡ଼ିଆ ଭାଷାକୁ ଅଣଦେଖା କରାଯାଉଥିବା କମିଟି ହୃଦ୍‌ବୋଧ କରିଛି। ସେହିପରି ଅନ୍ୟ କେତେକ ସୀମାନ୍ତ ରାଜ୍ୟରେ ମଧ୍ୟ ଓଡ଼ିଆ ଭାଷାକୁ ଦ୍ୱିତୀୟ ଭାଷାରୁ ବାଦ୍‌ ଦିଆଯାଇଥିବାରୁ ଘୋର ଉଦ୍‌ବେଗ ପ୍ରକାଶ ପାଇଛି। ଓଡ଼ିଆ ଭାଷାର ପାଠ୍ୟପୁସ୍ତକ ଓଡ଼ିଶା ସରକାର ନିୟମିତ ଯୋଗାଇ ଦେଉଥିବା ଗୃହ କମିଟିକୁ ଅବଗତ କରାଯାଇଛି। ତେବେ ସେଠାରେ କାର୍ଯ୍ୟରତ ଓଡ଼ିଆ ଶିକ୍ଷକଙ୍କ ଦରମା କମ୍‌ ହେଉଛି। ଏଥିଯୋଗୁ ସେମାନଙ୍କ ଦରମା ବୃଦ୍ଧି ସହ ଖାଲିଥିବା ଓଡ଼ିଆ ଶିକ୍ଷକ ପଦବୀ ତୁରନ୍ତ ପୂରଣ ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ଉପାନ୍ତ ଅଞ୍ଚଳରେ ଥିବା ବିଭିନ୍ନ ବିଦ୍ୟାଳୟର ବାସ୍ତବ ସ୍ଥିତି ପରଖିବା ପାଇଁ ଗୃହ କମିଟି ଉକ୍ତ ଅଞ୍ଚଳକୁ ଗସ୍ତ କରି ରିପୋର୍ଟ ଦେବେ। ବୈଠକରେ ସମ୍ପୃକ୍ତ କମିଟି ସଦସ୍ୟଙ୍କ ସହ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପଦାଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri