ଭଙ୍ଗା ଆଜ୍‌ବେଷ୍ଟସ ଶ୍ରେଣୀ ଗୃହରେ ଚାଲିଛି ପାଠପଢ଼ା

ନାଉଗାଁ,୬।୭(ସ୍ବ.ପ୍ର): ବିଦ୍ୟାଳୟଗୁଡିକୁ ସରସ, ସୁନ୍ଦର କରିବା ସହ ପିଲାମାନଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଇଛି। କିନ୍ତୁ ଏସବୁ ଯୋଜନା କିପରି କାର୍ଯ୍ୟକାରୀ ହେଉଛି ତାହାର ବାସ୍ତବ ଚିତ୍ର ନାଉଗାଁ ବ୍ଲକ ଅନ୍ତର୍ଗତ ଗଙ୍ଗଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଏହି ବିଦ୍ୟାଳୟ ଗଙ୍ଗଦା ବଜାରର ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ରହିଛି। ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୦୩ ଜଣ ପିଲା ପାଠ ପଢନ୍ତି। ଏଠାରେ ୮ଟି ଶ୍ରେଣୀକୁ ଆବଶ୍ୟକ ଗୃହ ନ ଥିବା ଜଣାପଡ଼ିଛି। ଏଥିଯୋଗୁ ପିଲାମାନେ ଭଙ୍ଗା ଆଜବେଷ୍ଟସ ଗୃହରେ ପାଠ ପଢ଼ିବାକୁ ବାଧ୍ୟ ହେଉଛନ୍ତି। ପ୍ରଧାନ ଶିକ୍ଷୟିତ୍ରୀଙ୍କ କହିବା ମୁତାବକ, ବିଦ୍ୟାଳୟ ପରିସରରେ ଏକ ଦୁଇ ମହଲା ବିଶିଷ୍ଟ କୋଠା ରହିଛି, ତାହା ଦୀର୍ଘଦିନ ହେବ ନିର୍ମିତ ହୋଇଥିଲା। ଏବେ ଏହା ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଫଳରେ ଉକ୍ତ ଗୃହରେ ପିଲାଙ୍କୁ ପାଠ ପଢାଇବା ନିରାପଦ ନୁହେଁ। ଗୃହ ଅଭାବରୁ ବର୍ତ୍ତମାନ ୪ ଟି କୋଠରିରେ ୮ଟି କ୍ଳାସ ଚାଲୁଛି। ଗୋଟିଏ ଘରେ ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲା ବସୁଥିବାବେଳେ ଅନ୍ୟ ଗୃହରେ ଚତୁର୍ଥ ଓ ପଞ୍ଚମ ଶ୍ରେଣୀ ପିଲା ପଢ଼ୁଛନ୍ତି। ଅନ୍ୟ ୨ଟି ଗୃହରେ ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀ ପିଲା ବସୁଛନ୍ତି। ଏସବୁ ଶ୍ରେଣୀଗୃହଗୁଡିକ ଭଙ୍ଗା ଆଜ୍‌ବେଷ୍ଟସ ଗୃହରେ ଚାଲିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଯେଉଁ ଗୃହରେ ୪ର୍ଥ ଓ ୫ମ ଶ୍ରେଣୀ ପିଲା ପାଠ ପଢ଼ୁଛନ୍ତି କୋଭିଡ ସମୟରେ ଉକ୍ତ ଗୃହ ମଧ୍ୟରେ ୩ ପାଇଖାନା ନିର୍ମାଣ କରାଯାଇଥିଲା। କୋଭିଡ ସଂକ୍ରମିତମାନେ ଉକ୍ତ ପାଇଖାନା ବ୍ୟବହାର କରୁଥିଲେ। ଏବେ ସେଠାରେ ପିଲାଙ୍କୁ ପାଠ ପଢ଼ାଯାଉଛି। ସରକାରଙ୍କ ପକ୍ଷରୁ ବିଭିନ୍ନ ବିଦ୍ୟାଳୟରେ ପରିବେଶକୁ ସୁନ୍ଦର କରାଯିବା ସହ ପିଲାମାନଙ୍କ ପାଇଁ ଶୌଚାଳୟ, ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇ ଘର ଓ ହାତ ଧୋଇବା ପାଇଁ ପାଣି ଟ୍ୟାପ ଓ ବିଶୁଦ୍ଧ ପାନୀୟ ଜଳ ଯୋଗଣା ପାଇଁ ନିୟମ କରାଯାଇଛି। କିନ୍ତୁ ଏହି ବିଦ୍ୟାଳୟରେ ଏସବୁ ଦେଖିବାକୁ ମିଳେନାହିଁ। ଉକ୍ତ ବିଦ୍ୟାଳୟ ପାଇଁ ତୁରନ୍ତ ଶ୍ରେଣୀ ଗୃହ କରାଯିବା ସହ ପିଲାମାନଙ୍କ ପାଇଁ ବିଭିନ୍ନ ସୁବିଧା ଯୋଗାଇ ଦେବା ପାଇଁ ଅଭିଭାବକମାନେ ଦାବି କରିଛନ୍ତି। ଏସମ୍ପର୍କରେ ପ୍ରଧାନ ଶିକ୍ଷୟିତ୍ରୀ ଖୁଲଣା ଦାସ କହିଛନ୍ତି, ବିଦ୍ୟାଳୟର ଗୃହ ନ ଥିବା ସମ୍ପର୍କରେ ଉଚ୍ଚ କର୍ତ୍ତୁପକ୍ଷଙ୍କୁ ଅବଗତ କରାଯାଇଛି। ସେଠାରୁ ନିର୍ଦ୍ଦେଶ ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?