ଝାମୁଯାତ୍ରା ଗହଳିରେ ଲୁଟେରା ମାତିଛନ୍ତି

ମହାକାଳପଡ଼ା,୧୭ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ସ୍ଥିତ ମା’ ଦରିଆପାରି ରାମଚଣ୍ଡୀ ମନ୍ଦିର ବିଜେସ୍ଥଳରେ ଝାମୁଯାତ୍ରାର ଗହଳି ପରିଲକ୍ଷିତ ହୋଇଥିଲା। ମା’ଙ୍କ ପୀଠ ପରିସରରେ ବିଭିନ୍ନ ଦୋକାନ ବଜାର ପସରା ମେଲାଇଥିବା ବେଳେ ଭିଡ଼ ମଧ୍ୟରେ ସୁଯୋଗ ଉଣ୍ଡି ଲୁଟେରାମାନେ ମହିଳାଙ୍କ ବେକରୁ ସୁନାଚେନ ଓ ମନିପର୍ସକୁ ଟାର୍ଗେଟ କରୁଥିବା ଅଭିଯୋଗ ହେଉଛି। ସେହିପରି ବାଇକ୍‌, ସାଇକେଲ ଆଦି ଚୋରି ହେଉଥିବା ସ୍ଥାନୀୟ ବାସିନ୍ଦା ପରିକ୍ଷିତ ଦୋହରା କହିଛନ୍ତି। ଝାମୁଯାତ୍ରାରେ ରାଜ୍ୟ ଓ ରାଜ୍ୟ ବାହାରୁ ଅସ୍ଥାୟୀ ଦୋକାନୀମାନେ ପସରା ମେଲାଇ ଥିବାବେଳେ ସେମାନେ ପରିଚୟପତ୍ର କିଛି ଦେଇ ନ ଥିବା ଅଭିଯୋଗ ହେଉଛି। ବିଶେଷ କରି ଲେଡିସ୍‌ କର୍ନର ଦୋକାନଗୁଡିକରେ ମହିଳାମାନଙ୍କ ଭିଡ଼ ପରିଲକ୍ଷିତ ହେଉଛି। କେଉଁ ମହିଳା କେତେ ପରିମାଣର ଅଳଙ୍କାର ପରିଧାନ କରୁଛନ୍ତି ସେମାନଙ୍କ ଉପରେ ତୀକ୍ଷ୍ମ ନଜର ରଖୁଛନ୍ତି ଲୁଟେରାମାନେ। ବିଦ୍ୟୁତ୍‌ କାଟ୍‌ ସମୟରେ ହେଉ ଅବା ଭିଡ଼ ମଧ୍ୟରେ ସୁଯୋଗ ଉଣ୍ଡି ଲୁଟେରା ମାତୁଛନ୍ତି। ଜଣେ ମହିଳା ନିଜ ନାମ ଗୋପନ ରଖି କହିଛନ୍ତି, ଶନିବାର ରାତିରେ କେତେଜଣ ଲୁଟେରା ଚେନ ଝାମ୍ପିବା ପାଇଁ ଉଦ୍ୟମ କରୁଥିବା ବେଳେ କାନ୍ଧରେ ଧରିଥିବା ଶିଶୁଟି ନାକରେ ଲୁଟେରାଙ୍କ ହାତ ବାଜିବାରୁ ସେ କାନ୍ଦି ଥିଲା। ପଛକୁ ଫେରି ଚାହିଁବାରୁ ଭିଡ଼ ମଧ୍ୟରେ ୨ ଜଣ ଯୁବକ ଚମ୍ପଟ ମାରିଥିଲେ। ଅପରପକ୍ଷରେ ମନ୍ଦିର ପରିଚାଳନା ଟ୍ରଷ୍ଟ ପକ୍ଷରୁ ସୂଚନା କେନ୍ଦ୍ର ନାହିଁ। ଫଳରେ ଅନେକ ଯାତ୍ରୀ ଅସୁବିଧାରେ ପଡୁଥିଲେ ମଧ୍ୟ କାହାକୁ କିଛି ନ ଜଣାଇ ଘରକୁ ଫେରୁଛନ୍ତି। ସେହିପରି ମନ୍ଦିର ପରିଚାଳନା ଟ୍ରଷ୍ଟ ରାଜ୍ୟ ବାହାରୁ ଆସିଥିବା ଅସ୍ଥାୟୀ ବହୁଭାଷୀ ଦୋକାନୀମାନଙ୍କଠାରୁ କୌଣସି ପରିଚୟ ପତ୍ର ରଖିନାହାନ୍ତି ବୋଲି ବୁଦ୍ଧିଜୀବୀ ମହଲରେ କ୍ଷୋଭ ପ୍ରକାଶ ପାଇଛି। ତେବେ ପୋଲିସ ସୁରକ୍ଷା ବ୍ୟବସ୍ଥା ଥିଲେ ମଧ୍ୟ ସୁରକ୍ଷାକୁ ଲୁଟେରାମାନେ ଚକମା ଦେଖାଉଛନ୍ତି। ଅଧିକ ମହିଳା ପୋଲିସଙ୍କୁ ମହିଳାମାନଙ୍କ ଭିଡ଼ ମଧ୍ୟରେ ନିୟୋଜିତ କରିବା ପାଇଁ ଦାବି ହେଉଛି। ଏ ସମ୍ପର୍କରେ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ପରେଶ କୁମାର ମହାନ୍ତିଙ୍କୁ ପଚାରିବାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?