ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲାରେ ରାସ୍ତା ଉପରେ ପଡିଛି କୁଢ଼କୁଢ଼ ଔଷଧ

ଝାରସୁଗୁଡ଼ା ଅଫିସ,୧୨ା୧୦: ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଓଡ଼ିଶା ଷ୍ଟେଟ୍‌ ମେଡିକାଲ୍‌ କର୍ପୋରେଶନ ଲିମିଟେଡ୍‌ (ଓଏସ୍‌ଏମ୍‌ସିଏଲ୍‌) ଗଠନ କରିଛନ୍ତି। ଏହା ଦ୍ୱାରା ନିରାମୟ ଯୋଜନାରେ ଲୋକଙ୍କୁ ଚିକିତ୍ସା ସହିତ ମାଗଣାରେ ଔଷଧ ଯୋଗାଇ ଦିଆଯାଉଛି। ଅନେକ ସମୟରେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ତ୍ରୁଟିପୂର୍ଣ୍ଣ ପରିଚାଳନା ପାଇଁ ରୋଗୀ ଏହି ସରକାରୀ ଔଷଧ ପାଉ ନାହାନ୍ତି। ଏହା ରୋଗୀଙ୍କୁ ଦିଆ ନ ଯାଇ ନଷ୍ଟ କରିଦିଆଯାଉଛି। ଏଭଳି ଘଟଣା ଝାରସୁଗୁଡ଼ା ଜିଲା ସଦର ମହକୁମାରେ ଦେଖିବାକୁ ମିଳିଛି। ଏହାକୁ ନେଇ ଲୋକେ ଖୋଦ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲାରେ ସ୍ବାସ୍ଥ୍ୟ ପରିଚାଳନାରେ ତ୍ରୁଟି ହେଉଥିବା ଆଲୋଚନା କରୁଛନ୍ତି।
ଝାରସୁଗୁଡ଼ା ବିକାଶ ସ୍କୁଲ ନିକଟ ରାସ୍ତା କଡରେ କୁଢ କୁଢ ଔଷଧ ପଡିରହିଛି। ଏଥିରେ ଓଏସ୍‌ଏମ୍‌ସିଏଲ୍‌ର ଔଷଧ ରହିଥିବାଦେଖିବାକୁ ମିଳିଛି। ଏଥିମଧ୍ୟରେ ଆଣ୍ଟିବାଓଟିକ୍‌, ପାରାସିଟାମଲ୍‌, ଭିଟାମିନ୍‌ ବି କମ୍ପ୍ଲେକ୍ସ, ଡିକ୍ଲୋଫେନ୍ସ ସିରଫ ଓ ଇଞ୍ଜେକ୍ସନ, ସାନିଟାଇଜର୍‌ ଆଦି ରହିଛି। କେତେକ ଔଷଧର ଏକ୍ସପାଏରୀ ଡେଟ୍‌ ୨୦୨୧ ଅଗଷ୍ଟ, ସେପ୍ଟେମ୍ବର ରହିଥିବାବେଳେ ଆଉ କେତେକର ଏକ୍ସପାଏରୀ ଡେଟ୍‌ ରହିଥିବା ଦେଖିବାକୁ ମିଳିଛି। ଲକ୍ଷାଧିକ ଟଙ୍କାର ଏହିସବୁ ଔଷଧକୁ ସ୍ପିରିଟ୍‌ ଢାଳି ସେଠାରେ ଅଧାପୋଡ଼ା କରି ଛାଡି ଦିଆଯାଇଛି। ତେବେ ଏ ନେଇ ଜିଲା ମୁଖ୍ୟ ଚିକିତ୍ସକ ଡା. ଲାଲମୋହନ ରାଉତରାୟ କହିଛନ୍ତି, ଏ ସମ୍ପର୍କରେ ତାଙ୍କୁ ଜଣାନାହିଁ। ଏ ନେଇ ତଦନ୍ତ କରାଯାଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri