ସନ୍ଧ୍ୟାରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି

ପୁରୀ ଅଫିସ, ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ। ସନ୍ଧ୍ୟାଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ଖଟ ଉପରକୁ ବିଜେ କରିଥାନ୍ତି। ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯାଇଥାଏ। ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ ରୁକ୍ମିଣୀ ବିବାହ ପ୍ରସ୍ତାବ ଜଣାଇବେ। ପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ସରି ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ, ଛତା, କାହାଳି ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ। ବୁଧବାର ଏକାଦଶୀ ତିଥିରେ ମହାପ୍ରଭୁଙ୍କ ରୁକ୍ମିଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri