Posted inଖେଳ

ଭାରତ-ଅଷ୍ଟ୍ରେଲିଆ ଏକଦିବସୀୟ ସିରିଜର ପ୍ରଥମ ମୁକାବିଲା ମାର୍ଚ୍ଚ ୧୭ରେ, ଟିମ୍‌ ଇଣ୍ଡିଆରେ ଖେଳିବେନି ରୋହିତ ଶର୍ମା…

ମୁମ୍ବାଇ,୧୫।୩ : ଭାରତ ଏବଂ ଅଷ୍ଟ୍ରେଲିଆ ଦଳ ବର୍ତ୍ତମାନ ବର୍ଡର-ଗାଭାସ୍କର ଟ୍ରଫି ପରେ ଏକଦିବଦୀୟ ସିରିଜରେ ମୁକାବିଲା କରିବାକୁ ପ୍ରସ୍ତୁ ହେଉଛନ୍ତି। ମାର୍ଚ୍ଚ ୧୭ ଶୁକ୍ରବାରଠାରୁ ଦୁଇ ଦଳ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ ହେବ। ପ୍ରଥମ ମ୍ୟାଚରେ ଉଭୟ ଦଳର ସବୁଠାରୁ ବଡ ପରିବର୍ତ୍ତନ ଅଧିନାୟକଙ୍କ ବିଷୟରେ ଘଟିଛି।

ପ୍ରଥମ ମ୍ୟାଚରେ ଟିମ୍‌ ଇଣ୍ଡିଆରେ ରୋହିତ ଶର୍ମା ଅନୁପସ୍ଥିତ ରହିବେ। ଏଭଳିସ୍ଥିତିରେ ଭାରତୀୟ ଦଳ ପକ୍ଷରୁ ହାର୍ଦ୍ଦିକ ପାଣ୍ଡ୍ୟା ଅଧିନାୟକତ୍ୱ କରିବେ। ଏଥି ସହିତ ଅଷ୍ଟ୍ରେଲିଆର ନିୟମିତ ଅଧିନାୟକ ପାଟ କମିନ୍ସଙ୍କୁ ଏହି ସମଗ୍ର ସିରିଜରୁ ବାଦ ଦିଆଯାଇଛି। ଫଳରେ କଙ୍ଗାରୁ ଦଳର କମାଣ୍ଡ ଷ୍ଟିଭ ସ୍ମିଥଙ୍କ ହାତରେ ରହିବ।

ଏହା ପ୍ରଥମ ଥର ହେବ ଯେ ହାର୍ଦ୍ଦିକ ପାଣ୍ଡ୍ୟା ଭାରତୀୟ ଏକଦିବସୀୟ ଦଳର ଅଧିନାୟକ ହେବେ। ଏପର୍ଯ୍ୟନ୍ତ ସେ ୧୧ ଟି-୨୦ ଅନ୍ତର୍ଜାତୀୟରେ ଭାରତ ପକ୍ଷରୁ ଅଧିନାୟକତ୍ୱ କରିଛନ୍ତି। ଅନ୍ୟପକ୍ଷରେ ଷ୍ଟିଭ ସ୍ମିଥ ୫ ବର୍ଷ ପରେ ଏକଦିବସୀୟରେ ଅଧିନାୟକ ନଜର ଆସିବେ। ସେ ୨୦୧୪ ରୁ ୨୦୧୮ ମଧ୍ୟରେ ଅଷ୍ଟ୍ରେଲିଆର ନିୟମିତ ଅଧିନାୟକ ରହିଆସିଥିଲେ।

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ପ୍ରଥମ ମ୍ୟାଚ ମାର୍ଚ୍ଚ ୧୭ ତାରିଖ ଅପରାହ୍ନ ସାଢ଼େ ଗୋଟାଏରେ ଆରମ୍ଭ ହେବ। ଏହି ମ୍ୟାଚ ମୁମ୍ବାଇର ୱାନଖେଡେ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚର ଲାଇଭ ଟେଲିକାଷ୍ଟ ଷ୍ଟାର ସ୍ପୋର୍ଟସ ନେଟୱାର୍କର ବିଭିନ୍ନ ଚ୍ୟାନେଲରେ କରାଯିବ। ମ୍ୟାଚର ଲାଇଭ ଷ୍ଟ୍ରିମିଂ ଡିଜନି ପ୍ଲସ ହଟଷ୍ଟାର୍‌ ଆପରେ ଉପଲବ୍ଧ ହେବ ।

ଭାରତୀୟ ଦଳ: ଇଶାନ କିଶନ, ଶୁବମାନ ଗିଲ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, କେ.ଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ରବିନ୍ଦ୍ର ଜାଡେଜା, ଆକ୍ସାର ପଟେଲ, ୟୁଜବେନ୍ଦ୍ର ଚହଲ, ଉମରନ ମଲିକ, ମହମ୍ମଦ ସିରାଜ, ଶର୍ଦ୍ଦୁଲ ଠାକୁର, କୁଲଦୀପ ଯାଦବ, ୱାଶିଂଟନ ସୁନ୍ଦର, ମହମ୍ମଦ ସାମି, ଶାର୍ଦ୍ଦୁଲ ଠାକୁର, ଜୟଦେବ ଉନାଦକର ।

ଅଷ୍ଟ୍ରେଲିୟ ଦଳ: ଡେଭିଡ ୱାର୍ନର, କ୍ୟାମେରନ ଗ୍ରୀନ, ଷ୍ଟିଭ ସ୍ମିଥ (ଅଧିନାୟକ), ଟ୍ରାଭିସ ହେଡ, ଗ୍ଲେନ ମ୍ୟାକ୍ସୱେଲ, ମାର୍କସ ସିଓନିସ, ଜୋସ ଇଂଲିସ, ମିଚେଲ ମାର୍ଶ, ଆଷ୍ଟନ ଅଗର, ଆଦାମ ଜାମ୍ପା, ନାଥାନ ଏଲିସ, ସଚନ ଆବଟ, ମାର୍ନସ ଲାବୁସାଗ୍ନେ, ଆଲେକ୍ସ କେରେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri