ପ୍ରଥମ ପର୍ଯ୍ୟାୟରେ ଗଲା ୧.୯୬ ଲକ୍ଷ ବହି

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ):ଶିକ୍ଷାବର୍ଷ ୨୦୨୨-୨୩ ନିମନ୍ତେ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ମାଗଣା ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମ ଗୁରୁବାରଠାରୁ ଆରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ ପାଠ୍ୟପୁସ୍ତକ ଉତ୍ପାଦନ ବିକ୍ରୟ କେନ୍ଦ୍ରଠାରେ ଅନୁଷ୍ଠାନର ନିର୍ଦ୍ଦେଶକ ବିକାଶ ଚନ୍ଦ୍ର ମହାପାତ୍ର ଏବଂ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ବୃନ୍ଦାବନ ଶତପଥୀ ଉପସ୍ଥିତ ରହି ଏହାର ଶୁଭାରମ୍ଭ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ଉପାନ୍ତ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ସମେତ ପୁରୀ ଏବଂ କେନ୍ଦୁଝର ଜିଲାକୁ ସମୁଦାୟ ୧ ଲକ୍ଷ ୯୬ ହଜାର ୩୯୫ ଖଣ୍ଡ ପାଠ୍ୟପୁସ୍ତକ ପ୍ରେରଣ କରାଯାଇଛି। ତନ୍ମଧ୍ୟରେ କୋରାପୁଟକୁ ୪୬,୮୮୨, ମାଲକାନଗିରିକୁ ୪୮,୨୩୨, ନବରଙ୍ଗପୁରକୁ ୪୫,୩୧୮, ପୁରୀକୁ ୨୮,୦୫୨ ଏବଂ କେନ୍ଦୁଝର ଜିଲାକୁ ୨୮,୩୧୧ ଖଣ୍ଡ ପୁସ୍ତକ ପଠାଯାଇଛି। ଏପ୍ରିଲ ୨୦୨୨ରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହେଉଥିବାରୁ ମାର୍ଚ୍ଚ ୩୧ ସୁଦ୍ଧା ପାଠ୍ୟପୁସ୍ତକ ଯୋଗାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ନିର୍ଦ୍ଦେଶକ କହିଛନ୍ତି।
ସୂଚନାଯୋଗ୍ୟ, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ୟୟନରତ ୪୭ ଲକ୍ଷ ଛାତ୍ରୀଛାତ୍ରଙ୍କ ପାଇଁ ୪ କୋଟିରୁ ଅଧିକ ପାଠ୍ୟପୁସ୍ତକ ଆବଶ୍ୟକ ରହିଛି। ମାର୍ଚ୍ଚ ୩୧ ସୁଦ୍ଧା ପାଠ୍ୟପୁସ୍ତକ ଉତ୍ପାଦନ ଓ ବିକ୍ରୟ ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ବ୍ଲକ୍‌ ଏବଂ ପୌରାଞ୍ଚଳକୁ ବହି ପହଞ୍ଚାଇବା ଲାଗି ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri