Posted inଜାତୀୟ

ଉତ୍ତର ପ୍ରଦେଶ ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ଆଜି ଶେଷ ହେବ ପ୍ରଚାର, ଭାଜପା ଜାରି କରିବ ଘୋଷଣା ପତ୍ର

ଲକ୍ଷ୍ନୌ,୮ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ପ୍ରଥମ ପର୍ଯ୍ୟାୟ ପ୍ରଚାର ମଙ୍ଗଳବାର ସନ୍ଧ୍ୟା ୫ଟାରେ ଶେଷ ହେବ । ଏଥିରେ ପଶ୍ଚିମ ୟୁପିର ୧୧ ଜିଲା ମିରଠ, ଗାଜିଅ।।ବଦ, ଗୌତମବୁଦ୍ଧ ନଗର, ହାପୁଡ, ବାଗପତ, ବୁଲନ୍ଦସର, ମୁଜଫରନଗର, ଶାବଲୀ, ଅଲିଗଡ଼, ମଥୁରା ଓ ଆଗ୍ରାର ୫୮ ଆସନ ପାଇଁ ୧୦ େ ଫବୃୟାରୀରେ ଭୋଟ ଗ୍ରହଣ କରାଯିବ । ଏହି ପ୍ରଥମ ପର୍ଯ୍ୟାୟ ମତଦାନରେ ୨.୨୭ କୋଟି ଲୋକ ସେମାନଙ୍କ ମତ ସାବ୍ୟସ୍ତ୍ୟ କରିବେ । ଏସବୁ ଜିଲାରେ ପ୍ରାୟ ୧୦୭୬୬ ମତଦାନ କେନ୍ଦ୍ର ଖୋଲାଯାଇଛି । ସୂଚନାଯୋଗ୍ୟ, ନିର୍ବାଚନରେ ଅପ୍ରିତିକର ପରିସ୍ଥିତି ସୃଷ୍ଟି କରିବା ଆଶଙ୍କା କରି ପ୍ରାୟ ୩୧ ଲକ୍ଷ ଲୋଙ୍କ ଉପରେ କଡା ନଜର ରଖାଯାଇଛି ।
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ମଙ୍ଗଳବାର ସନ୍ଧ୍ୟା ୫ଟା ସୁଦ୍ଧା ଶେଷ ହେଉଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା) ସକାଳ ୧୦ଟା ୩୦ ସୁଦ୍ଧା ତା’ର ସଂକଳ୍ପ ପତ୍ର ଜାରି କରିବ ବୋଲି ସୂଚନା ରହିଛି । ଏଥିରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ପ୍ରଦେଶ ଅଧ୍ୟକ୍ଷ ସ୍ୱତନ୍ତ୍ର ଦେବ ସିଂ ରାଜଧାନୀରେ ଥିବା ଇନ୍ଦିରା ଗାନ୍ଧୀ ପ୍ରତିଷ୍ଠାନରେ ଏହି ଘୋଷଣା ପତ୍ର ଜାରି କରିବେ । ସଂକଳ୍ପ ପତ୍ର ୬ ଫେବୃୟାରୀରେ ରିଲିଜ୍ ହେବାର କାର୍ଯ୍ୟକ୍ରମ ଥିଲା ହେଲେ ଭାରତ ରତ୍ନ ଲତା ମଙ୍ଗେସକରଙ୍କ ପରଲୋକ ଯୋଗୁ ଏହାକୁ ସ୍ଥଗିତ ରଖାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri