Posted inଜାତୀୟ

ପ୍ରଥମ ଭାଷଣରେ ରାହୁଲଙ୍କୁ ନେଇ ଭିନେଶ ଫୋଗଟ କହିଲେ ଏମିତି…

ଚଣ୍ଡୀଗଡ଼,୯ା୯: ୨୦୨୪ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ବିଗୁଲ୍‌ ବାଜି ସାରିଛି। ଏଥର ବିଧାନସଭା ନିର୍ବାଚନରେ କଂଗ୍ରେସ ଜୁଲାନା ଆସନରୁ ମହିଳା ରେସ୍‌ଲର ଭିନେଶ ଫୋଗଟଙ୍କୁ ପ୍ରାର୍ଥୀ କରିବା ନିଷ୍ପତ୍ତି ନେଇଛି। ଭିନେଶ ମଧ୍ୟ ତାଙ୍କ ଅଭିଯାନ ଆରମ୍ଭ କରିଛନ୍ତି।

ଏହି ସମୟରେ ସେ ତାଙ୍କ ଶାଶୁଘର ବଖ୍‌ତାଖେଡାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ କହିଛନ୍ତି ଯେ, ସେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ବହୁତ ସମ୍ମାନ କରନ୍ତି।

ରାହୁଲଙ୍କୁ ପ୍ରଶଂସା କରି ଭିନେଶ କହିଛନ୍ତି, ‘ମୁଁ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ବହୁତ ସମ୍ମାନ କରେ। ମୁଁ ଦେଖିଛି ଯେ, ସେ ଗତ ଦୁଇ-ତିନି ବର୍ଷ ଧରି ରାସ୍ତାକୁ ବାହାରିଛନ୍ତି। ଏହି ସମୟ ମଧ୍ୟରେ, ସେ ପ୍ରତ୍ୟେକ ମଣିଷ ସହିତ କଥାବାର୍ତ୍ତା କରୁଛନ୍ତି ଏବଂ ସେମାନଙ୍କର ଯନ୍ତ୍ରଣା ବୁଝିବାକୁ ଚେଷ୍ଟା କରୁଛନ୍ତି।

ଜୁଲାନାରୁ ପ୍ରାର୍ଥୀ ହୋଇ ଭିନେଶ କହିଛନ୍ତି, ମୋତେ ବହୁତ ଭଲ ଲାଗୁଛି। ଲୋକମାନେ ବହୁତ ଉତ୍ସାହିତ ଅଛନ୍ତି, ଯେଉଁ ଦାୟିତ୍ୱ ଦେଇ ମୋତେ କଂଗ୍ରେସ ଏଠାକୁ ପଠାଇଛି ତାହା ମୁଁ ପାଳନ କରିବି। ଲୋକମାନେ ମଧ୍ୟ ବହୁତ ସ୍ନେହ, ଶ୍ରଦ୍ଧା ଭଲପାଇବା ଦେଉଛନ୍ତି। ମୋତେ ସମର୍ଥନ କରୁଛନ୍ତି ଏବଂ ଲୋକଙ୍କ ଦୃଷ୍ଟିରେ ମୁଁ ଜଣେ ବିଜେତା, ଏହାଛଡ଼ା ଆଉ କିଛି ହୋଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri