ସ୍କୁଲ ଖୋଲିବାର ୫ ଦିନରେ ୫୪ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ଲଖନପୁର,୧୪ା୧: ମହାମାରୀ କରୋନ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଗତ ମାର୍ଚ୍ଚ ମାସରୁ ସ୍କୁଲ୍‌ କଲେଜ ବନ୍ଦ କରିଥିଲେ। ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଗତ ୮ତାରିଖରୁ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସରକାରୀ ଭାବେ ନିର୍ଦ୍ଦେଶ ଜାରି ହୋଇଛି। ଏଥିରେ କୋଭିଡ୍‌ ନିୟମ ପାଳନ କରିବାକୁ କୁହାଯାଇଛି। ସ୍କୁଲ୍‌ ଖୋଲିବାର ୫ଦିନ ମଧ୍ୟରେ ଝାରସୁଗୁଡ଼ା ଜିଲାର ବିଭିନ୍ନ ସ୍କୁଲରେ ୫୪ ଛାତ୍ରୀଛାତ୍ର କରୋନା ସଂକ୍ରମିତ ହୋଇଛନ୍ତି। ଏଥିମଧ୍ୟରେ ପୂର୍ବରୁ ୧୩ଜଣ ନର୍ସିଂ ଛାତ୍ରୀ ଅଛନ୍ତି। ସେହିପରି ଲଇକେରା ବ୍ଲକ୍‌ର ୩ ହାଇସ୍କୁଲରେ ୧୯ ଛାତ୍ରୀଛାତ୍ର ସଂକ୍ରମିତ ହୋଇଛନ୍ତି। ଏଥିମଧ୍ୟରେ ଗତ ୧୦ ତାରିଖରେ ସାଲେଟିକ୍ରା ହାଇସ୍କୁଲ୍‌ରୁ ୨, ୧୧ତାରିଖରେ ସାହାସପୁର ହାଇସ୍କୁଲ୍‌ରୁ ୯, ୧୩ ତାରିଖରେ ପାକେଲଖୋଲ ହେମସାଗର ହାଇସ୍କୁଲ୍‌ରୁ ୮ ଛାତ୍ରୀଛାତ୍ର ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଭଳିସ୍ଥିତିରେ ବୁଧବାର ଗୋଟିଏ ଦିନରେ ଜିଲାରେ ୨୨ଛାତ୍ରୀଛାତ୍ର ସଂକ୍ରମିତ ହୋଇଥିବା ଜଣାପଡିଛି। ଏହାକୁ ନେଇ ଛାତ୍ରୀଛାତ୍ର, ଅଭିଭାବକ ଓ ଜିଲା ପ୍ରଶାସନର ଚିନ୍ତା ବଢିଯାଇଛି । ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ପ୍ରଦୀପ ସାହୁ, ଏସ୍‌ପି ବିକାଶ ଚନ୍ଦ୍ର ଦାସ, ବିଡିଓ ଶଙ୍କର କେର୍କେଟା, ଅତିରିକ୍ତ ବିଡିଓ ପ୍ରମୋଦ ଦେହୁରୀ, ବିଇଓ ପ୍ରଦୀପ୍ତ ସା, ଅତିରିକ୍ତ ବିଇଓ ବିଦେଶୀ ବେହେରା ପ୍ରମୁଖ ସ୍କୁଲ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି। ଏହି ସମ୍ପର୍କରେ ଜିଲା କୋଭିଡ୍‌ ନିୟନ୍ତ୍ରଣ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଗୋଲକ ବିହାରି ମଙ୍ଗରାଜଙ୍କୁ ପଚାରିବାରୁ ଜିଲାରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର କରୋନା ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ଚିକିତ୍ସା ଚାଳିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri