ଜଙ୍ଗଲ ଭିତରେ ନରକଙ୍କାଳ ଠାବ

ଦେଗଗଡ଼,୧୨ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା କାଉଁଶିବାହାଳ ଗାଁ ନିକଟ ଜଙ୍ଗଲ ଭିତରେ ସୋମବାର ଏକ ନରକଙ୍କାଳ ଠାବ କରାଯାଇଛି । ମଗରମୁହିଁ ହୁଲି ଜଙ୍ଗଲ ଭିତରେ ଏକ ନରକଙ୍କାଳ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ। ଘଟଣାସ୍ଥଳରେ ଦେବଗଡ଼ ପୋଲିସ ପହଞ୍ଚି ନରକଙ୍କାଳ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଜବତ ହୋଇଥିବା ନରକଙ୍କାଳ ସଇଡ଼ା ଗ୍ରାମର ଲୋଚନ ଶବରଙ୍କ ୨୦ ବର୍ଷର ପୁଅ ସନ୍ତୋଷ ଶବରଙ୍କ ହୋଇଥିବା ପରିବାର ଲୋକେ ଚିହ୍ନଟ କରିଛନ୍ତି । ନରକଙ୍କାଳ ପାଖରେ ପଡ଼ିଥିବା ପ୍ୟାଣ୍ଟ ଓ ଶର୍ଟକୁ ଦେଖି ଚିହ୍ନଟ କରାଯାଇଛି। ସନ୍ତୋଷ କାଉଁଶିବାହାଳ ଗ୍ରାମର ଦୂର ସମ୍ପର୍କୀୟ ବିମ୍ବାଧର ଲୁହୁରାଙ୍କ ଘରେ ରହି ମନୋଜ ସାହୁଙ୍କ ପାଖରେ କାମ କରୁଥିଲେ। ପ୍ରାୟ ୫ ମାସରୁ ଅଧିକ ହେବ ସନ୍ତୋଷ ନିଖୋଜ ଥିବା ବେଳେ ସୋମବାର ତାଙ୍କ କଙ୍କାଳ ଜବତ ହୋଇଛି। ତେବେ ସନ୍ତୋଷଙ୍କୁ ହତ୍ୟା କରାଯାଇଛି ନା ଏହା ପଛରେ ଆଉ କିଛି ଘଟଣା ଲୁଚି ରହିଛି ସେନେଇ ପୋଲିସ ଅଧିକ ଖୋଲତାଡ଼ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri