ଶିଶୁପୁତ୍ର ଗୁପ୍ତାଙ୍ଗରେ ଚେଙ୍କ

ଗୋପ,୧ା୨(ଡି.ଏନ୍‌.ଏ.): ଗୋପ ଥାନା ଅନ୍ତର୍ଗତ ହେଲାରି ଗ୍ରାମରେ ଶନିବାର ସନ୍ଧ୍ୟାରେ ଜଣେ ୪ ବର୍ଷର ଶିଶୁପୁତ୍ରର ଗୁପ୍ତାଙ୍ଗ ସମେତ ଶରୀରର ଏକାଧିକ ସ୍ଥାନରେ ଚେଙ୍କ ଦିଆଯାଇଛି। ପାରିବାରିକ ବିପଦକୁ କେନ୍ଦ୍ରକରି ଗ୍ରାମର ଜଣେ ୧୬ ବର୍ଷୀୟା ନାବାଳକ ଏପରି କାଣ୍ଡ ଘଟାଇଛନ୍ତି। ଏନେଇ ରବିବାର ସକାଳେ ଶିଶୁର ପରିବାର ପକ୍ଷରୁ ଅଭିଯୋଗ ପରେ ଗୋପ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି।
ପ୍ରକାଶ ଯେ, ହେଲାରି ଗ୍ରାମର ଶିବିର ବାରିକଙ୍କ ୪ବର୍ଷର ଶିଶୁପୁତ୍ର ଗାଁ ଦାଣ୍ଡରେ ଖେଳୁଥିବା ସମୟରେ ନାବାଳକ ଜଣକ ହଠାତ୍‌ ପହଞ୍ଚତ୍ ହାତରେ ଧରିଥିବା ଏକ ଗରମ ଲୁହାରେ ଚେଙ୍କ ଦେଇଥିଲେ। ଶିଶୁଟି କଷ୍ଟରେ ଚିତ୍କାର କରି ଦୌଡୁଥିଲେ ମଧ୍ୟ ନାବାଳକ ଜଣକ ଅତି ନୃଶଂସ ଭାବେ ତା’ ଗୁପ୍ତାଙ୍ଗ ସମେତ ଦେହସାରା ଗରମ ଲୁହାକୁ ଲଗାଇ ଦୌଡ଼ି ପଳାଇଥିଲେ। ଶିଶୁପୁତ୍ରଟି ଯନ୍ତ୍ରଣାରେ ଛଟପଟ ହେଉଥିବାବେଳେ ପରିବାର ଲୋକେ ପହଞ୍ଚତ୍ ତାଙ୍କୁ ସଙ୍ଗେ ସଙ୍ଗେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତର ଗୋପବନ୍ଧୁ ପଟ୍ଟନାୟକ ଓ ଅମିତାଭ ସ୍ବାଇଁ ତୁରନ୍ତ ଚିକିତ୍ସା କରିବାରୁ ସେ ଏବେ ସୁସ୍ଥ ଥିବା ଜଣାପଡିଛି। ଅଭିଯୋଗ ପରେ ଗୋପ ଥାନା ଏସ୍‌ଆଇ ଓ ଜଣେ ଏଏସ୍‌ଆଇ ହେଲାରି ଗ୍ରାମରେ ପହଞ୍ଚତ୍ ତଦନ୍ତ କରିବାବେଳେ ସମ୍ପୃକ୍ତ ନାବାଳକ ଓ ତାଙ୍କ ପରିବାର ସଦସ୍ୟ ଗାଁ ଛାଡ଼ି ପଳାଇଥିବାରୁ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିନି। ତେବେ ବାହାରେ ରହି ନାବାଳକଙ୍କ ପରିବାର ଲୋକେ ଶିଶୁ ପୁତ୍ରର ବାପା ଶିବିରଙ୍କୁ ଧମକ ଦେଉଥିବା ସେ ପୋଲିସକୁ ଜଣାଇଛନ୍ତି। ଘଟଣାର ଆପୋସ ସମାଧାନ ପାଇଁ ୨ପକ୍ଷଙ୍କ ମଧ୍ୟରେ ଆଲୋଚନା ଚାଲିଥିବା ତଦନ୍ତକାରୀ ପୋଲିସ ଅଧିକାରୀ ଗଙ୍ଗାଧର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri