ଶ୍ରୀମନ୍ଦିରରେ ସେବାୟତଙ୍କୁ ହାଣିଲେ ଦୁର୍ବୃତ୍ତ, ରକ୍ତ ଜୁଡୁବୁଡୁ ହୋଇ…

ପୁରୀ,୧୮ା୧୦(ଅଜିତ୍‌ କୁମାର ମହାନ୍ତି): କିଛିଦିନର ବ୍ୟବଧାନ ପରେ ପୁରୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କ ଦେଖିବାକୁ ମିଳିଛି। ଶୁକ୍ରବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଦୁର୍ବୃତ୍ତ ପଶ୍ଚିମଦ୍ୱାର ନିକଟରେ ଭୁଜାଲିରେ ହାଣିଛନ୍ତି। ଆକ୍ରମଣରେ ପ୍ରତିହାରୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ପୋଲିସ ଅନୁମାନ କରୁଛି।

ଆକ୍ରମଣର ଶିକାର ହୋଇଥିବା ପ୍ରତିହାରୀ କହିଛନ୍ତି, ଶ୍ରୀମନ୍ଦିର ଆନନ୍ଦ ବଜାରରେ ଅଣସେବାୟତଙ୍କ ପ୍ରବେଶ ଓ ବାହାର ଜିନିଷ ବିକ୍ରି ଉପରେ କଟକଣା ଲାଗୁ କରାଯାଇଛି। ଫଳରେ ଆନନ୍ଦ ବଜାରରେ ବସି ରାବିଡ଼ି ଏବଂ ଅନ୍ୟାନ୍ୟ ଜିନିଷ ବିକ୍ରି କରୁଥିବା ବ୍ୟକ୍ତିମାନଙ୍କୁ ହଟାଇ ଦିଆଯାଇଥିଲା। ଆନନ୍ଦବଜାରରେ ରାବିଡ଼ି ବିକ୍ରି କରୁଥିବା ଜଣେ ବ୍ୟକ୍ତି ସେହି ରାଗ ରଖି ତାଙ୍କୁ ଆକ୍ରମଣ କରିଛନ୍ତି। ସେ ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ ଜାଣି ନ ଥିଲେ ମଧ୍ୟ ତାଙ୍କ ଘର ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ଅଞ୍ଚଳରେ ବୋଲି ଜାଣିବାକୁ ପାଇଛନ୍ତି। ସନ୍ଧ୍ୟା ପ୍ରାୟ ୬ଟାରେ ସେ ପଶ୍ଚିମ ଦ୍ୱାର ନିକଟରେ ଗାଡ଼ି ରଖି ଶ୍ରୀମନ୍ଦିରକୁ ଆସୁଥିବା ବେଳେ ସମ୍ପୃକ୍ତ ବ୍ୟକ୍ତି ତାଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ ବୋଲି ପ୍ରତିହାରୀ କହିଛନ୍ତି। ଆକ୍ରମଣରେ ତାଙ୍କ ଡାହାଣ ହାତ ସମେତ ଶରୀରର କେତେକ ସ୍ଥାନରେ ଗୁରୁତର ଆଘାତ ଲାଗିଛି। ପୋଲିସ ଖବର ପାଇ ପ୍ରଥମେ ଘଟଣାସ୍ଥଳ ଓ ପରେ ମେଡିକାଲରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।

ଏସ୍‌ପି ବିନୀତ ଅଗ୍ରଓ୍ବାଲ ଏବଂ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ମେଡିକାଲରେ ପହଞ୍ଚତ୍ ପ୍ରତିହାରୀଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ଜିଲାପାଳ ସ୍ବାଇଁ କହିଛନ୍ତି, ଆକ୍ରମଣର ଶିକାର ହୋଇଥିବା ବକ୍ସି ରାମଚନ୍ଦ୍ର ପ୍ରତିହାରୀ ଚିକିତ୍ସାଧୀନ ଥିବାରୁ ତାଙ୍କୁ ଆକ୍ରମଣ ସମ୍ପର୍କରେ ପଚରାଯାଇନାହିଁ। ପରେ ଏନେଇ ତାଙ୍କ ସହ ଆଲୋଚନା କରାଯିବ। କେଉଁ ପରିସ୍ଥିତିରେ ଓ କ’ଣ ପାଇଁ ତାଙ୍କୁ ଆକ୍ରମଣ କରାଯାଇଛି ସେ ସମ୍ପର୍କରେ ଖୁବ୍‌ଶୀଘ୍ର ଜଣାପଡ଼ିବ ବୋଲି ଜିଲାପାଳ କହିଛନ୍ତି। ଜିଲା ମୁଖ୍ୟ ଚିିକିତ୍ସାଧିକାରୀ ଡା. ରୂପଭାନୁ ମିଶ୍ର କହିଛନ୍ତି, ପ୍ରତିହାରୀଙ୍କ ଅବସ୍ଥା ସ୍ଥିର ରହିଛି। ତାଙ୍କର କହୁଣି ଓ ମଣିବନ୍ଧରେ ଆଘାତ ଲାଗିଛି। ଏହି ଦୁଇଟି ସ୍ଥାନରେ ଷ୍ଟିଚ୍‌ ପଡ଼ିଛି। ପିଠି ଓ ହାତରେ ମଧ୍ୟ ଆଘାତ ଲାଗିଛି, କିନ୍ତୁ ଷ୍ଟିଚ୍‌ର ଆବଶ୍ୟକତା ନାହିଁ। ତେବେ ଏକ୍ସରେ କରାଯାଉଛି। ଏକ୍ସରେ ରିପୋର୍ଟ ଆସିବା ପରେ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରାଯିବ କି ନାହିଁ ତାହା ସ୍ପଷ୍ଟ ହେବ। ଏହା କଟ୍‌ ଇଞ୍ଜୁରି ବୋଲି ଆଘାତରୁ ଜଣାପଡ଼ୁଛି। ତେଣୁ ଆକ୍ରମଣରେ କୌଣସି ଧାରୁଆ ଅସ୍ତ୍ର ବ୍ୟବହାର କରାଯାଇଥାଇପାରେ ବୋଲି ଅନୁମାନ କରାଯାଉଛି ବୋଲି ମିଶ୍ର କହିଛନ୍ତି।

ପ୍ରତିହାରୀଙ୍କ ଉପରେ ଆକ୍ରମଣକୁ କଡ଼ା ନିନ୍ଦା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ। ଉକ୍ତ ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଆରକ୍ଷୀ ଅଧୀକ୍ଷକ ଏବଂ ଜିଲାପାଳଙ୍କୁ ଅବଗତ କରାଯାଇଛି। କୌଣସି ପ୍ରକାର ଅସାମାଜିକ ତତ୍ତ୍ବଙ୍କୁ ଶ୍ରୀମନ୍ଦିର ପରିସରରେ ବରଦାସ୍ତ କରାଯିବ ନାହିଁ। ଘଟଣାକୁ ଗୁରୁତ୍ୱର ସହ ନେଇ କଠୋର ପଦକ୍ଷେପ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି। ମୁଖ୍ୟ ପ୍ରଶାସକ ପାଢ଼ୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ପ୍ରତିହାରୀଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଆକ୍ରମଣକାରୀଙ୍କୁ ପୋଲିସ ଶୀଘ୍ର ଗିରଫ କରି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେବାୟତଙ୍କ ସମେତ ଶ୍ରୀମନ୍ଦିର ଟେମ୍ପଲ ପୋଲିସ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri