ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୫୭୮ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ୨ହଜାର ତଳେ ରହୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୫୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ସାମାନ୍ୟ ବୃଦ୍ଧି ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୫୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୯୧୫ଜଣ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୬୩ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୪୩୬ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୪୭, ବାଲେଶ୍ୱର ୭୮, ବରଗଡ଼ ୯, ଭଦ୍ରକ ୫୨, ବଲାଙ୍ଗୀର ୮, ବୌଦ୍ଧ ୪, କଟକ ୨୧୨, ଦେବଗଡ଼ ୮, ଢ଼େଙ୍କାନାଳ ୧୯, ଗଜପତି ୧୪, ଗଞ୍ଜାମ ୨, ଜଗତସିଂହପୁର ୧୧୩, ଯାଜପୁର ୭୭, ଝାରସୁଗୁଡ଼ା ୨, କଳାହାଣ୍ଡି ୧, କନ୍ଧମାଳ ୧୭, କେନ୍ଦ୍ରାପଡ଼ା ୫୧, କେନ୍ଦୁଝର ୧୭, କୋରାପୁଟ ୧୪, ମାଲକାନଗିରି ୧୧, ମୟୁରଭଞ୍ଜ ୪୧, ନବରଙ୍ଗପୁର ୧୬, ନୟାଗଡ଼ ୫୩, ନୂଆପଡ଼ା ୨, ପୁରୀ ୧୦୯, ରାୟଗଡ଼ା ୧୪, ସମ୍ବଲପୁର ୧୮, ସୁବର୍ଣ୍ଣପୁର ୧୨, ସୁନ୍ଦରଗଡ଼ ୨୯ ଓ ଷ୍ଟେଟ ପୁଲରୁ ୯୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୭୭,୨୬୮ରେ ପହଞ୍ଚିଛି। ସେଥିମଧ୍ୟରୁ ୯,୫୪,୯୨୯ଜଣ ସୁସ୍ଥ ହୋଇଥିବା ବେଳେ ୧୬,୩୮୪ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଅନ୍ୟପଟେ ରାଜ୍ୟରେ ଜାରିରହିଥିବା ଲକ୍‌ଡାଉନ କଟକଣା ଶନିବାର ଶେଷ ହେଉଛି। ତେବେ ଅଗଷ୍ଟ୧ରୁ ସରକାର କ’ଣ ନୂଆ ଗାଇଡ୍‌ଲାଇନ ଆଣିବେ ସେନେଇ ସମସ୍ତଙ୍କର ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri