ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୫୭୮ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ୨ହଜାର ତଳେ ରହୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୫୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ସାମାନ୍ୟ ବୃଦ୍ଧି ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୫୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୯୧୫ଜଣ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୬୩ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୪୩୬ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୪୭, ବାଲେଶ୍ୱର ୭୮, ବରଗଡ଼ ୯, ଭଦ୍ରକ ୫୨, ବଲାଙ୍ଗୀର ୮, ବୌଦ୍ଧ ୪, କଟକ ୨୧୨, ଦେବଗଡ଼ ୮, ଢ଼େଙ୍କାନାଳ ୧୯, ଗଜପତି ୧୪, ଗଞ୍ଜାମ ୨, ଜଗତସିଂହପୁର ୧୧୩, ଯାଜପୁର ୭୭, ଝାରସୁଗୁଡ଼ା ୨, କଳାହାଣ୍ଡି ୧, କନ୍ଧମାଳ ୧୭, କେନ୍ଦ୍ରାପଡ଼ା ୫୧, କେନ୍ଦୁଝର ୧୭, କୋରାପୁଟ ୧୪, ମାଲକାନଗିରି ୧୧, ମୟୁରଭଞ୍ଜ ୪୧, ନବରଙ୍ଗପୁର ୧୬, ନୟାଗଡ଼ ୫୩, ନୂଆପଡ଼ା ୨, ପୁରୀ ୧୦୯, ରାୟଗଡ଼ା ୧୪, ସମ୍ବଲପୁର ୧୮, ସୁବର୍ଣ୍ଣପୁର ୧୨, ସୁନ୍ଦରଗଡ଼ ୨୯ ଓ ଷ୍ଟେଟ ପୁଲରୁ ୯୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୭୭,୨୬୮ରେ ପହଞ୍ଚିଛି। ସେଥିମଧ୍ୟରୁ ୯,୫୪,୯୨୯ଜଣ ସୁସ୍ଥ ହୋଇଥିବା ବେଳେ ୧୬,୩୮୪ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଅନ୍ୟପଟେ ରାଜ୍ୟରେ ଜାରିରହିଥିବା ଲକ୍‌ଡାଉନ କଟକଣା ଶନିବାର ଶେଷ ହେଉଛି। ତେବେ ଅଗଷ୍ଟ୧ରୁ ସରକାର କ’ଣ ନୂଆ ଗାଇଡ୍‌ଲାଇନ ଆଣିବେ ସେନେଇ ସମସ୍ତଙ୍କର ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?