ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୩୧।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା, ବାଲେଶ୍ୱର ଏବଂ କେନ୍ଦ୍ରାପଡା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୪୪୦ରେ ପହଞ୍ଚିଛି।