ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୫୮ ଜୀବନ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶୁକ୍ରବାର ରାଜ୍ୟରେ କରୋନାଜନିତ ୬୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶନିବାର ଏହି ସଂଖ୍ୟା ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୫୮ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୫୩୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଭୁବନେଶ୍ୱରରୁ କେବଳ ୬ଜଣ ରହିଛନ୍ତି। ସେହିପରି ବରଗଡ଼ ଓ ପୁରୀ ଜିଲାରୁ ୭ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୬, ଏବଂ ସମ୍ବଲପୁରରୁ ୪ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି କେନ୍ଦ୍ରପଡ଼ାରୁ ୩, କଟକ, ଢ଼େଙ୍କାନାଳ, କେନ୍ଦୁଝର ଓ ନୟାଗଡ଼ରୁ ୨ଜଣ ଲେଖାଏଁ ଏବଂ ଅନୁଗୋଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି ଓ ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।