ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୮ ଜୀବନ

ଭୁବନେଶ୍ୱର,୫।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ଉପରମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ବୃଦ୍ଧିି ପାଇବାରେ ଲାଗିଛି। ଏଥିସହ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ କରୋନାଜନିତ ୬୮ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୬,୨୩୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୩ଜଣ କରୋନାରେ ପ୍ରାଣ ହରାଇଥିବା ବେଳେ କେବଳ ଭୁବନେଶ୍ୱରରୁ ୪ଜଣ ରହିଛନ୍ତି। ସେହିପରି ପୁରୀ ଓ ସୁନ୍ଦରଗଡ଼ରୁ ୧୨ ଏବଂ କଟକରୁ ୧୧ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ସେହିଭଳି କେନ୍ଦ୍ରାପଡ଼ାରୁ ୪, ବରଗଡ଼ରୁ ୩, ଢ଼େଙ୍କାନାଳ ଓ ବାଲେଶ୍ୱରରୁ ୨ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ, ବଲାଙ୍ଗୀର, କେନ୍ଦୁଝର, ଯାଜପୁର, ନୟାଗଡ଼, ମୟୁରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।