ରାଜ୍ୟରେ କମିଲା ସଂକ୍ରମଣ ସଂଖ୍ୟା: ଗତ ୨୪ଘଣ୍ଟାରେ ୨ହଜାରରୁ କମ୍‌ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ଉପର ତଳ ମୁହାଁ ହେଉଥିବା ବେଳେ ଦୈନିକ ସଂକ୍ରମଣ ୨ହଜାର ଭିତରେ ରହୁଛି। ଇତିମଧ୍ୟରେ ମଙ୍ଗଳବାର ରାଜ୍ୟରେ ୨,୦୮୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୁଧବାର ଏହି ସଂଖ୍ୟାରେ ସମାନ୍ୟ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୯୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧,୧୧୫ଜଣ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୧୨ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୪୯୮ ରହିଛନ୍ତି। ସେହିପରି ଅନୁଗୋଳରୁ ୫୫, ବାଲେଶ୍ୱର ୧୧୧, ବରଗଡ଼ ୨୭, ଭଦ୍ରକ ୧୯, ବଲାଙ୍ଗୀର ୧୧, ବୌଦ୍ଧ ୭, କଟକ ୨୪୮, ଦେବଗଡ଼ ୬, ଢ଼େଙ୍କାନାଳ ୭୫, ଗଜପତି ୪, ଗଞ୍ଜାମ ୧୦, ଜଗତସିଂହପୁର ୯୧, ଯାଜପୁର ୧୨୩, ଝାରସୁଗୁଡ଼ା ୮, କଳାହାଣ୍ଡି ୭, କନ୍ଧମାଳ ୧୮, କେନ୍ଦ୍ରାପଡ଼ା ୭୩, କେନ୍ଦୁଝର ୩୨, କୋରାପୁଟ ୮, ମାଲକାନଗିରି ୧୮, ମୟୁରଭଞ୍ଜ ୯୦, ନବରଙ୍ଗପୁର ୧୫, ନୟାଗଡ଼ ୬୪, ନୂଆପଡ଼ା ୫, ପୁରୀ ୧୦୩, ରାୟଗଡ଼ା ୨୨, ସମ୍ବଲପୁର ୩୩, ସୁବର୍ଣ୍ଣପୁର ୮, ସୁନ୍ଦରଗଡ଼ ୩୮ ଓ ଷ୍ଟେଟ ପୁଲରୁ ୧୦୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୯,୯୮୬ରେ ପହଞ୍ଚିଛି। ସେଥିମଧ୍ୟରୁ ୯,୩୫,୦୦୭ଜଣ ସୁସ୍ଥ ହୋଇଥିବା ବେଳେ ୧୯,୬୮୫ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri