ରାଜ୍ୟରେ ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ଦୈନିକ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର ରାଜ୍ୟରେ ୩,୩୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩,୦୮୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧,୭୭୫ଜଣ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୧,୩୧୨ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୫୮୪ ଓ କଟକରୁୁ ୪୬୨ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୭୮, ବାଲେଶ୍ୱର ୨୪୬, ବରଗଡ଼ ୩୬, ଭଦ୍ରକ ୧୪୫, ବଲାଙ୍ଗୀର ୨୧, ବୌଦ୍ଧ ୩୫, ଦେବଗଡ଼ ୩, ଢ଼େଙ୍କାନାଳ ୯୫, ଗଜପତି ୧୬, ଗଞ୍ଜାମ ୨୨, ଜଗତସିଂହପୁର ୬୦, ଯାଜପୁର ୨୦୫, ଝାରସୁଗୁଡ଼ା ୫, କଳାହାଣ୍ଡି ୧୭, କନ୍ଧମାଳ ୨୮, କେନ୍ଦ୍ରାପଡ଼ା ୭୦, କେନ୍ଦୁଝର ୭୨, କୋରାପୁଟ ୭୭, ମାଲକାନଗିରି ୮୪, ମୟୁରଭଞ୍ଜ ୧୫୪, ନବରଙ୍ଗପୁର ୩୫, ନୟାଗଡ଼ ୧୧୦, ନୂଆପଡ଼ା ୬, ପୁରୀ ୧୮୯, ରାୟଗଡ଼ା ୨୧, ସମ୍ବଲପୁର ୩୧, ସୁବର୍ଣ୍ଣପୁର ୨୪, ସୁନ୍ଦରଗଡ଼ ୫୯ ଓ ଷ୍ଟେଟ ପୁଲରୁ ୯୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୧୨,୮୮୭ରେ ପହଞ୍ଚିଛି। ସେଥିମଧ୍ୟରୁ ୮,୭୭,୫୪୦ଜଣ ସୁସ୍ଥ ହୋଇଥିବା ବେଳେ ୩୧,୨୩୧ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri