Posted inଜାତୀୟ

ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ୪୩ ଲକ୍ଷରୁ ଅଧିକ ଲୋକେ ନେଇଛନ୍ତି କରୋନା ଟିକା

ନୂଆଦିଲ୍ଲୀ,୬।୪: ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଲକ୍ଷରୁ ଅଧିକ ଲୋକଙ୍କୁ ଆଣ୍ଟି-କୋଭିଡ ଟିକା ଦିଆଯାଇଛି। ଏହି ଗୋଟିଏ ଏହା ସର୍ବାଧିକ ବୋଲି ଜଣାପଡିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଏପର୍ଯ୍ୟନ୍ତ ସମୁଦାୟ ୮,୩୧,୧୦,୯୨୬ ଡୋଜ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୪୩,୦୦,୯୬୬ ଡୋଜ ଦିଆଯାଇଥିଲା। ସେଥିମଧ୍ୟରୁ ୩୯,୦୦,୫୦୫ ଲୋକଙ୍କୁ ପ୍ରଥମ ଡୋଜ ଦିଆଯାଇଥିଲା ଏବଂ ୪,୦୦,୪୬୧ ଲୋକଙ୍କୁ ଦ୍ୱିତୀୟ ଡୋଜ୍‌ ଦିଆଯାଇଥିଲା। ମୋଟ ଟିକା ମଧ୍ୟରୁ ମହାରାଷ୍ଟ୍ର, ଗୁଜରାଟ, ରାଜସ୍ଥାନ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, କର୍ନାଟକ, ମଧ୍ୟପ୍ରଦେଶ ଏବଂ କେରଳରେ ୬୦ ପ୍ରତିଶତ ଡୋଜ ଦିଆଯାଇଛି। ତଥ୍ୟ ଅନୁଯାୟୀ, ଦେଶର ମୋଟ ୮,୩୧,୧୦,୯୨୬ ଟିକା ମଧ୍ୟରୁ ମହାରାଷ୍ଟ୍ରରେ ସର୍ବାଧିକ ୮୧,୨୭,୨୪୮ ଡୋଜ ଦିଆଯାଇଛି। ଏହା ପରେ ଗୁଜରାଟରେ ୭୬,୮୯,୫୦୭ ଟିକା, ରାଜସ୍ଥାନରେ ୭୨,୯୯,୩୦୫ ଉତ୍ତରପ୍ରଦେଶରେ ୭୧,୯୮,୩୭୨ ଏବଂ ପଶ୍ଚିମବଙ୍ଗରେ ୬୫,୪୧,୩୭୦ ଟିକା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?