ଶେଷ ପର୍ଯ୍ୟାୟରେ ମହାପ୍ରଭୁଙ୍କ ପାଟବସ୍ତ୍ର ପ୍ରସ୍ତୁତି

ଖୋର୍ଦ୍ଧା ଅଫିସ,୧୨ା୫: ଜୁନ୍‌ ୨୦ରେ ଘୋଷଯାତ୍ରା। ଏଥିଲାଗି ଶ୍ରୀକ୍ଷେତ୍ର ଚଳଚଞ୍ଚଳ। ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ ଚାଲିଛି ରଥ ନିର୍ମାଣ। ଏପଟେ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ାର ବୁଣାକାର ପରିବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲାଗି ପାଟବସ୍ତ୍ର ଓ ସୂତାଲୁଗା ପ୍ରସ୍ତୁତିରେ ଲାଗିଛନ୍ତି। ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବୁଧବାର ସୁଦ୍ଧା ୭୦ପ୍ରତିଶତ କାମ ସରିଥିବା ବରିଷ୍ଠ ବୁଣାକାର ଗୋପୀନାଥ ଦାସ କହିଛନ୍ତି। ସରସ୍ବତୀ ପୂଜାରେ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଥିଲା। ଏହି ଦିନ ଗୋପୀନାଥଙ୍କ ପରିବାର ପୂଜାର୍ଚ୍ଚନାପୂର୍ବକ ମହାପ୍ରଭୁଙ୍କ ସେବାରେ ଲାଗିପଡିଛନ୍ତି। ଦିନରାତି ପାଟବସ୍ତ୍ର ଓ ସୂତାଲୁଗା ବୁଣାକାମ ଚାଲିଛି। ଗତ ୩୦ବର୍ଷ ଧରି ରାଉତପଡାର ଗୋପୀନାଥଙ୍କ ପରିବାର ଏହି ପାଟବସ୍ତ୍ର ଓ ସୂତାଲୁଗା ଯୋଗାଇ ଆସୁଛନ୍ତି। ଗୋପୀନାଥ କୁହନ୍ତି, ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ତାଲିକା ପାଇବା ପରେ କାର୍ଯ୍ୟ ଆରମ୍ଭ ହୋଇଥିଲା। ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆବଶ୍ୟକ କଞ୍ଚାମାଲ ଯୋଗାଇ ଦିଆଯାଇଛି। ବିଭାଗୀୟ ଅଧିକାରୀ ମାନେ ରାଉତପଡା ଗସ୍ତରେ ଆସି ବୁଣାକାରଙ୍କ ସହ ଆଲୋଚନା କରିଛନ୍ତି।
ରଥଯାତ୍ରା ଲାଗି ଚେହେଲି ପାଟ, ବଡ଼ସିଂହାର ଲାଗି ଗୀତିଗୋବିନ୍ଦ ପାଟ, ସାତବାର ଲାଗି ୭ ପ୍ରକାର ଖଣ୍ଡୁଆ ପାଟ, ସୂତାରେ ପ୍ରସ୍ତୁତ ଦୁଇପ୍ରକାର ଘୋଡ଼ଣି, ଦେବସ୍ନାନ ପୂର୍ଣ୍ଣମୀ ୧୦୮ ଗରା ଜଳ ପାଇଁ ଗାମୁଛା, ମହାପ୍ରଭୁଙ୍କ ଗୁପ୍ତସେବା ଲାଗି ଲାଲ୍‌, ସବୁଜ ଓ ହଳଦିଆ ରଙ୍ଗର ଏକ ସେଟ୍‌ ଲେଖାଏ ଚେହେଲି ପାଟ, ବଡ଼ସିଂହାର ବେଶ ଲାଗି ଗୀତିଗୋବିନ୍ଦ ଲେଖାଥିବା ଗୀତିଗୋବିନ୍ଦ ପାଟ ପ୍ରସ୍ତୁତି ଚାଲିଛି। ସେହିପରି ସପ୍ତବିଗ୍ରହ ଯଥା ମାଧବ, ସୁଦର୍ଶନ, ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା, ଶ୍ରୀଦେବୀ, ଭୂଦେବୀଙ୍କ ଲାଗି ସୂତାର ୨ପ୍ରକାର ଘୋଡ଼ଣି ସମେତ ମହାପ୍ରଭୁଙ୍କ ବର୍ଷସାରା ଅନ୍ୟ ସେବା ଲାଗି ୩୦ରୁ ୩୫ ପ୍ରକାର ଲୁଗା ଯଥା ନେତଫୁଟା, ବୋଇରାଣୀ, ପତନୀ, ଟଣାଖୋସା, ମଲମଲ, ଶ୍ରୀମୁଖ ଓତା, ଗଦିଫୁଟା ଆଦି ବସ୍ତ୍ର ପ୍ରସ୍ତୁତି ଚାଲିଛି। ଗୋପୀନାଥ କୁହନ୍ତି, ବାପା ମଧୁସୂଦନ ଦାସ ୧୯୯୩ ମସିହାରେ ଏହି ସେବା ପାଇଥିଲେ। ସେବେଠାରୁ କ୍ରମାଗତ ଭାବେ ମହାପ୍ରଭୁଙ୍କ ରଥଯାତ୍ରା ଓ ବର୍ଷସାରା ପର୍ବପର୍ବାଣି ଲାଗି ସୂତାଲୁଗା ଓ ପାଟବସ୍ତ୍ର ଯୋଗାଇ ଆସୁଛୁ। ୧୯୯୬ ଓ ୨୦୧୫ ନବକଳେବର ଏବଂ ୨୦୨୦ ନାଗାର୍ଜୁନ ବେଶ ସକାଶେ ମହାପ୍ରଭୁଙ୍କ ଲାଗି ସୂତା ଓ ପାଟବସ୍ତ୍ର ପଠାଇବାର ସୁଯୋଗ ପାଇଛୁ। ଗୋପୀନାଥଙ୍କ ସମେତ ୪ଭାଇ ରାମଚନ୍ଦ୍ର ଦାସ, ଭଗବାନ ଦାସ ଓ ଗୋବିନ୍ଦ ଚନ୍ଦ୍ର ଦାସ, କୈଳାସ ଚନ୍ଦ୍ର ଦାସ, ରବୀନ୍ଦ୍ର କୁମାର ଦାସ, ଅଶୋକ ଦାସ, ନିମାଇ ଚରଣ କୁଣ୍ଡୁ, କାର୍ତ୍ତିକେଶ୍ୱର ପାତ୍ର ପ୍ରମୁଖ ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି।
ଯେ, ରାଉତପଡ଼ାର ଗ୍ରାମର ଅଧିକାଂଶ ପରିବାର ହେଉଛନ୍ତି ବୁଣାକାର। ରାଉତପଡ଼ା ସେବା ସମବାୟ ସମିତିରେ ପ୍ରାୟ ୨୫୦ରୁ ଊର୍ଦ୍ଧ୍ୱ ବୁଣାକାର ରହିଛନ୍ତି। ବର୍ଷସାରା ହସ୍ତତନ୍ତ ଲୁଗା, ଗାମୁଛା, ବାନ୍ଧେଣୀ ଶାଢ଼ି, ବିଭିନ୍ନ ପ୍ରକାର ପାଟ ଓ ସୂତାଲୁଗା ବୁଣୁଛନ୍ତି। ମହାପ୍ରଭୁଙ୍କ ଲାଗି ପାଟ ଓ ସୂତା ଲୁଗା ଏଠାରୁ ଶ୍ରୀକ୍ଷେତ୍ରକୁ ଯାଉଥିବାରୁ ଏହି ଗ୍ରାମ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri