ରାସ୍ତା ମଝିରେ କରୋନା ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ପଦ୍ମପୁର, ୨୪ା୮(ଡି.ଏନ୍‌.ଏ.)-କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନନ୍ଦପାଟଣା ଗ୍ରାମରେ ଏହି ଘଟଣା ଘଟିଛି। ଏହାକୁ ସ୍ଥାନୀୟ ଲୋକେ ବିରୋଧ କରି ଆକ୍ରାନ୍ତଙ୍କୁ କୋଭିଡ୍‌ ହସ୍ପିଟାଲକୁ ନେବା ପାଇଁ ଜିଦ୍‌ ଧରି ରୋଗୀଙ୍କୁ ଶୁଆଇ ରାସ୍ତା ଅବରୋଧ କରିଥିଲେ। ଫଳରେ ବାସୁଦେବପୁର-ଧାମରା ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଥିଲା। ଖବର ପାଇ ନାୟିକାଣିଡିହୀ ଥାନାଧିକାରୀ ଉମାଶଙ୍କର ନାୟକ ପୋଲିସ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଏକ ଘଣ୍ଟା ପରେ ଯାନବାହାନ ଚଳାଚଳ ସ୍ବାଭାବିକ ହୋଇଥିଲା।
ସୂଚନା ଅନୁଯାୟୀ, ମହିଳା ଜଣକ କଟକର ଏକ ହସ୍ପିଟାଲରେ ଗତ ୧୫ ଦିନ ହେଲା ଚିକତ୍ସିିତ ହେଉଥିଲେ। କରୋନା ପରୀକ୍ଷାରୁ ପିଜିଟିଭ୍‌ ରିପୋର୍ଟ ଆସିବା ପରେ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ଘରକୁ ପଠାଇ ଦେଇଥିଲେ। ସୋମବାର ମଧ୍ୟାହ୍ନରେ ଉକ୍ତ ମହିଳାଙ୍କୁ ଆଣିଥିବା ଘରୋଇ ଆମ୍ବୁଲାନ୍ସଟି ବାଲିମୁଣ୍ଡା ବଜାରରେ ଛାଡ଼ି ପଳାଇ ଯାଇଥିଲା। ମହିଳା ଜଣକ ସେଠାରେ ୪ ଘଣ୍ଟା ଧରି ପଡ଼ି ରହିଥିଲେ ମଧ୍ୟ ତାଙ୍କୁ କୌଣସି ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇ ନ ଥିଲା। ଏସଂକ୍ରାନ୍ତରେ ବାସୁଦେବପୁର ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀଙ୍କୁ ପଚାରିବାରୁ ଆକ୍ରାନ୍ତଙ୍କୁ ଭଦ୍ରକ ସାଳନ୍ଦୀ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରିବେ ବୋଲି କହିଛନ୍ତି। ରିପୋର୍ଟ ଲେଖା ବେଳକୁ ଆକ୍ରାନ୍ତ ମହିଳା ବାଲିମୁଣ୍ଡା ହାଟଚାଳୀରେ ଅବହେଳିତ ଅବସ୍ଥାରେ ପଡ଼ି ରହିଥିଲେ। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ମିଳିବ ପଦୋନ୍ନତି

ଭୁବନେଶ୍ୱର,୩୧ା୧(ବ୍ୟୁରୋ):ପଦୋନ୍ନତି ଠିକ୍‌ ସମୟରେ ମିଳୁ ନ ଥିବାରୁ ଅନେକ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି। ପଦୋନ୍ନତି ପାଇଁ ବହୁ କର୍ମଚାରୀ ଅପେକ୍ଷା କରି ରହିଛନ୍ତି।...

୨୧ରୁ କାର୍ଯ୍ୟକ୍ଷମ ହେବ ନୂତନ କୋଭିଡ୍‌ ହସ୍ପିଟାଲ

କଟକ ଅଫିସ, ୯ା୯: ଏସ୍‌ସିବି ମେଡିକାଲରେ ୨୦୦ ଶଯ୍ୟା ଓ ୨୫ଟି ଆଇସିୟୁ ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ଖୋଲିବା ପାଇଁ ସରକାର ଅନୁମୋଦନ ପ୍ରଦାନ କରିଛନ୍ତି।...

ଉଲଗ୍ନ କରି ଚଲାଇଲେ ରାସ୍ତାରେ

ସାରସକଣା,୧ା୪- ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ପାକଟିଆଠାରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୋଖରୀ ଖନନକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ଆକ୍ରମଣକାରୀମାନେ ତାଙ୍କୁ ଉଲଗ୍ନ...

ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି ଦୁଇ ଓଡ଼ିଆ। ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ ମନ୍ତ୍ରୀ ହେବାର ସୁଯୋଗ ପାଇଥିବା ବେଳେ ପ୍ରତାପ ଷଡ଼ଙ୍ଗୀ...

୪ ମାସ ହେଲା ଆସୁନି ମଧ୍ୟାହ୍ନଭୋଜନ ଅନୁଦାନ

ବିଞ୍ଝାରପୁର,୨୨ା୭(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକରେ ପ୍ରହସନ ପାଲଟିଛି ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ। ମାସମାସ ଧରି ବିଦ୍ୟାଳୟକୁ ଆସୁନି ମଧ୍ୟାହ୍ନଭୋଜନ ବାବଦ ଅନୁଦାନ। ଫଳରେ ଛାତ୍ରୀଛାତ୍ରଙ୍କୁ ଖାଇବାକୁ ଦେଇ ଦୋକାନୀଙ୍କ...

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୫୩ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ପୁରୀ ମହନ୍ତ

ପୁରୀ ଅଫିସ,୪।୯: ଶ୍ରୀକ୍ଷେତ୍ର ପୁରୀରେ ଲାଗି ରହିଥିବା ଉଚ୍ଛେଦ ପ୍ରକ୍ରିୟାକୁ ନେଇ ବୁଧବାର ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଉଦ୍ଦେଶ୍ୟରେ ମହନ୍ତମାନେ ଏକ ଖୋଲା ଚିଠି ଲେଖିଛନ୍ତି।...

ପ୍ରାର୍ଥୀଙ୍କୁ ଦ୍ୱିତୀୟ ସୁଯୋଗ: ପୁନଃନାମାଙ୍କନ ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୨୫।୧(ବ୍ୟୁରୋ): ପ୍ରାର୍ଥିପତ୍ର ଦାଖଲ ପାଇଁ ପ୍ରାର୍ଥୀଙ୍କୁ ଦ୍ୱିତୀୟ ସୁଯୋଗ ମିଳିବ । ଯେଉଁ ନିର୍ବାଚନ ମଣ୍ଡଳୀରେ କୌଣସି ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିନାହାନ୍ତି କିମ୍ବା ସମସ୍ତ...

Advertisement
Archives

Model This Week