Posted inଜାତୀୟ

ମର୍ଣ୍ଣିଂ କନସଲ୍ଟ ରେଟିଂରେ ମୋଦି ବିଶ୍ୱର ସବୁଠାରୁ ପପୁଲାର ନେତା ଲିଷ୍ଟର ଟପ୍‌ରେ

ନୂଆଦିଲ୍ଲୀ,୯।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମର୍ନିଂ କନସଲ୍ଟର ଗ୍ଲୋବାଲ ଲିଡର ଆପ୍ରୁଭାଲ ରେଟିଂ ଟ୍ରାକର ଉପରେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ୭୬ପ୍ରତିଶତ ଅନୁମୋଦନ ସହିତ ବିଶ୍ୱର ୨୨ଲୋକପ୍ରିୟ ନେତାଙ୍କ ତାଲିକାରେସେ ଶୀର୍ଷରେ ଅଛନ୍ତି।
ଏହି ତାଲିକାରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟିଶ ପ୍ରଧାନମନ୍ତ୍ରୀ ରୁଷି ସୁନକ, ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ, କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମାଲୋନିଙ୍କ ନାମ ମଧ୍ୟ ରହିଛି। ମେକ୍ସିକୋର ରାଷ୍ଟ୍ରପତି ଆଣ୍ଡ୍ରେସ ମାନୁଏଲ ଲୋପେଜ ଓବ୍ରାଡୋର ପ୍ରଧାନମନ୍ତ୍ରୀ ମୋଦିଙ୍କ ପରେ ମର୍ନିଂ କନସଲ୍ଟର ମୂଲ୍ୟାୟନରେ ୬୬ ପ୍ରତିଶତ ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି।
ତୃତୀୟ ସ୍ଥାନରେ ଥିବା ସ୍ବିଜରଲ୍ୟାଣ୍ଡର ରାଷ୍ଟ୍ରପତି ଆଲେନ ବୁର୍ସେଟ ୫୮ପ୍ରତିଶତ ଅନୁମୋଦନ ମୂଲ୍ୟାୟନ ପାଇଛନ୍ତି। ଆହୁରି ମଧ୍ୟ ବ୍ରାଜିଲର ରାଷ୍ଟ୍ରପତି ଲୁଲା ଦା ସିଲଭା ଚତୁର୍ଥ ସ୍ଥାନରେ ୪୯ ପ୍ରତିଶତ ରେଟିଂ ପାଇଛନ୍ତି। ପଞ୍ଚମ ସ୍ଥାନରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ ୪୭ ପ୍ରତିଶତ ମାନ୍ୟତା ପାଇଛନ୍ତି।

ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ୪୧ ପ୍ରତିଶତ ସହ ଗ୍ଲୋବାଲ ଲିଡର ଆପ୍ରୁଭାଲ ରେଟିଂ ଟ୍ରାକରରେ ଷଷ୍ଠ ସ୍ଥାନରେ ଅଛନ୍ତି। ସପ୍ତମ ସ୍ଥାନରେ ଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ଆଲେକ୍ସଜାଣ୍ଡାର୍‌ ଡି କ୍ରୋ ୩୭ ପ୍ରତିଶତ ରେଟିଂ ପାଇଛନ୍ତି। ଏଥି ସହିତ ଅଷ୍ଟମ ନମ୍ବରରେ ଆସିଥିବା ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ୯ ନମ୍ବରରେ ଆସିଥିବା ସ୍ପେନର ପେଡ୍ରୋ ସାଞ୍ଚେଜ ମଧ୍ୟ ୩୭ ପ୍ରତିଶତ ରେଟିଂ ପାଇଛନ୍ତି।
ମୂଲ୍ୟାୟନରେ, ଇଂରେଜ ପ୍ରଧାନମନ୍ତ୍ରୀ ଲିଓ ଭାରାଡକର ୩୬ ପ୍ରତିଶତ ଆପ୍ରୁଭାଲ ସହ ଦଶମ ସ୍ଥାନରେ ଅଛନ୍ତି। ଭାରାଡକରଙ୍କ ପରେ ସେଠାରେ ସ୍ବିଡେନର ଉଲଫ କ୍ରିଷ୍ଟର୍ସନ ଏବଂ ପରେ ପୋଲାଣ୍ଡର ମାର୍କିଙ୍କିଭିକ ଅଛନ୍ତି। ତା’ପରେ ୧୩ ନମ୍ବରରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ୩୧ ପ୍ରତିଶତ ରେଟିଂ ପାଇଛନ୍ତି। ଏହା ବ୍ୟତୀତ ବ୍ରିଟିଶ ପ୍ରଧାନମନ୍ତ୍ରୀ ରୁଷି ସୁନକ ୧୭ ନମ୍ବରରେ ରହି ୨୫ ପ୍ରତିଶତ ରେଟିଂ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri