ବିକାଶ ନାମରେ ତୀର୍ଥଭୂମିର ଅସ୍ତିତ୍ୱ ବିଲୁପ୍ତ ହେଉଛି: ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୬।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ଦିନକୁ ଦିନ ବଢୁଥିବା ବେଳେ ଏହି ପ୍ରସଙ୍ଗରେ ବୁଧବାର ଜଗଦଗୁରୁ ଶଙ୍କରାଚାର୍ଯ୍ୟ ମତ ରଖିଛନ୍ତି। ବିକାଶ ନାମରେ ତୀର୍ଥଭୂମିର ଆଦର୍ଶ, ଅସ୍ତିତ୍ୱ ବିଲୁପ୍ତ କରାଯାଉଛି। ଏଥିପ୍ରତି ଧ୍ୟାନ ଦେଇ ତୀର୍ଥସ୍ଥଳକୁ ଭୋଗସ୍ଥଳୀର ରୂପ ଦିଆ ନ ଯାଉ ବୋଲି ଶଙ୍କରାଚାର୍ଯ୍ୟ କହିଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦକୁ ନେଇ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଉପସ୍ଥିତିରେ ପୁରୀ ଗୋବର୍ଦ୍ଧନ ମଠ ପରିସରରେ ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ଦଳର ନେତା, ସଂଗଠକ, ବୃଦ୍ଧିଜୀବୀ, ଐତିହ୍ୟ ବିଶାରଦ ଉପସ୍ଥିତ ରହି ପ୍ରକଳ୍ପ ପାଇଁ ମତ ରଖୁଥିବା ବେଳେ ସପକ୍ଷବାଦୀ ଏବଂ ବିପକ୍ଷବାଦୀ ନେଇ ଆଲୋଚନା ହୋଇଥିଲା। ଦୀର୍ଘସମୟ ଧରି ଆଲୋଚନା ହେବା ପରେ ବୈଠକର ପରଦିନ ଶଙ୍କରାଚାର୍ଯ୍ୟ ତାଙ୍କ ମତ ରଖିଛନ୍ତି। ସେ କହିଛନ୍ତି, ଧାର୍ମିକ ସହର ପୁରୀ ସମେତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିକାଶର ମୁଁ ପକ୍ଷଧର କିନ୍ତୁ ତୀର୍ଥର ଅସ୍ତିତ୍ୱ ଆଦର୍ଶ ବିକାଶ ନାମରେ ବିଲୁପ୍ତ ହେଉ ତାହାର ସପକ୍ଷରେ ନାହିଁ। ମାର୍ଗକୁ ପ୍ରଶସ୍ତ କରିବା ପାଇଁ ମଠ ମନ୍ଦିର ଭାଙ୍ଗି ଯେଉଁ ବିନାଶ ଚାଲିଛି ତାହାର ପକ୍ଷଧର ମୁଁ ନୁହେଁ। ଦେବଦେବୀଙ୍କ ସ୍ଥାନକୁ ବିଲୁପ୍ତ କରାଯାଉଛି। ବିକାଶ ନାମରେ ମଠ ଭାଙ୍ଗିବା ଅନୁଚିତ। ରାସ୍ତା ପ୍ରଶସ୍ତ ଆଳରେ ଏକ ପ୍ରକାର ପ୍ରର୍ଦଶନସ୍ଥଳୀ କରିବା ଉଚିତ ନୁହେଁ। ବିକାଶ ନାମରେ ଯେଉଁ କାର୍ଯ୍ୟ ଚାଲିଛି ଏଥିରେ ଦେବଦେବୀ କ୍ରୋଧିତ ହେବେ, ଫଳରେ ରାଜ୍ୟରେ ସଙ୍କଟ ଦେଖାଦେବ। ଗଣତନ୍ତ୍ରକୁ ଆଧ୍ୟାତ୍ମିକ କ୍ଷେତ୍ରରେ ସହଭାଗିତା ଓ ସହଯୋଗିତାର ଅଧିକାର ରହିଛି। ନିଜ ଆଡୁ ନିର୍ଣ୍ଣୟ ନେବାର ଅଧିକାର ନାହିଁ। ତେଣୁ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଧ୍ୟାନ ଦେବା ଉଚିତ। ଦେବଦେବୀଙ୍କ ଆସ୍ଥାନ ଭଙ୍ଗାଯାଇଥିବାରୁ ସରକାର ଦୁଃଖ ପ୍ରକାଶ କରନ୍ତୁ ବୋଲି ଶଙ୍କରାଚାର୍ଯ୍ୟ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧିଛକରେ ଉଡୁଛି ଛିଣ୍ଡା ତ୍ରିରଙ୍ଗା: ନୂଆ ଲଗାଇବାକୁ ଦାବି, ଦେଖନ୍ତୁ Video

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଝଡବତାସରେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି…

ରାଜ୍ୟ ସଭାରେ ମୋଦି ସରକାରଙ୍କୁ ଘେରିଲେ ଓଡ଼ିଶା ଏମ୍‌ପି: କେନ୍ଦ୍ରୀକରଣ ବଢ଼ିଲେ ସମନ୍ବୟ ନୁହେଁ, ବଢ଼ିବ ସଂଘର୍ଷ

ପଦ୍ମପୁର, ୩୧।୩(ପ୍ରଦୀପ୍ତ ଦାଶ): ରାଜ୍ୟ ସଭା ଏମ୍‌ପି ନିରଞ୍ଜନ ବିଶି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସାଧାରଣ ପ୍ରଶାସନ) ବିଧେୟକ, ୨୦୨୬ ଉପରେ ଚର୍ଚ୍ଚା କରି ବିଲ୍‌ରେ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ…

ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଲେ ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା

ଭବାନୀପାଟଣା,୩୧ା୩(ଉତ୍ତମ କୁମାର ଦାଶ):ମାଇଁ ଭାରତ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ପାଇଁ କଳାହାଣ୍ଡି ଜିଲାରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…

୪ ବର୍ଷ ହେଲା ସରୁନାହିଁ ପାନୀୟଜଳ ପ୍ରକଳ୍ପ କାମ: ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲିରେ ପୋଖରୀ, ନାଲା ଶୁଖିଲା ପଡିଛି। ଏପରି ଗ୍ରାମର ନଳକୂପରୁ ପାଣି ବାହାରୁ ନାହିଁ। ଏଭଳି ପରିସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri