ନିଜ ଦଳ ନାଁରେ ଏମିତି କହିଦେଲେ ବିଧାୟକ ସୌଭିକ ବିଶ୍ୱାଳ: ଚାଲିଛି ଚର୍ଚ୍ଚା

କଟକ,୧୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ):ଗୋପବନ୍ଧୁଙ୍କ ଜୟନ୍ତୀ ଅବସରରେ କଟକ ଜିଲା ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କଟକ ସାରଳା ଭବନଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ନିଆଳିର ପୂର୍ବତନ ବିଧାୟକ ପ୍ରମୋଦ ମଲ୍ଲିକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ଚୌଦ୍ୱାର-କଟକ ବିଧାୟକ ସୌଭିକ୍‌ ବିଶ୍ୱାଳ, ନଗର ସଭାପତି ମଧୁସୂଦନ ସାହୁ, ଜିଲା ପରିଷଦ ସଭାପତି କିଶୋର ମହାନ୍ତି, ଉପାଧ୍ୟକ୍ଷା ସୁଭଦ୍ରା ଦାସ ଯୋଗଦେଇଥିଲେ। ସଦସ୍ୟତା ଅଭିଯାନ ନେଇ ସମସ୍ତ ବିଷୟରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ଏଥିରେ ବିଧାୟକ ସୌଭିକ୍‌ ବିଶ୍ୱାଳ କୌଣସି ବ୍ୟକ୍ତିଙ୍କ ନଁା ନ ନେଇ ଦଳର ତୁଙ୍ଗ ନେତାଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ସରକାର ସମୟରେ ୨ ଜଣ ସରକାର ଚଳାଉଥିଲେ। ଚୌଦ୍ୱାର-କଟକ ନିର୍ବାଚନମଣ୍ଡଳୀରେ ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ, ନେତାଜୀ ବସ୍‌ ଟର୍ମିନାଲ, ଜାଇକା ପ୍ରକଳ୍ପ ଆଦି ବହୁ କୋଟି ଟଙ୍କାର କାମ ହୋଇଛି, ହେଲେ କେହି କହିବେନି ଟଙ୍କାଟିଏ ଆମେ ନେଇଛୁ। ଯେଉଁ ଜଣେ ଦୁଇ ଜଣ ସରକାର ଚଳାଉଥିଲେ ସେମାନେ ସବୁ କଥା ବୁଝୁଥିଲେ। ଯେବେ ସେ ଦୁଇ ଜଣ ସବୁ କିଛି ବୁଝୁଥିଲେ, ଦଳୀୟ କର୍ମୀଙ୍କୁ କିଭଳି କାମ ମିଳିଥାନ୍ତା ବୋଲି ପ୍ରଶ୍ନ କରିଛନ୍ତି। ନିଷ୍ଠାର ସହ ଆମେ ରହିଛୁ ହେଲେ ପଛରୁ ଆମକୁ ଛୁରି ଭୁଷିଛନ୍ତି, ଆମ ବିରୋଧରେ ଷଡଯନ୍ତ୍ର ଚାଲିଛି। ଏପରି କି ୨୦୧୯ ଏବଂ ୨୦୨୪ ନିର୍ବାଚନରେ ତାଙ୍କୁ ଓ ତାଙ୍କ ବାପା ତଥା ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କୁ ହରେଇବା ପାଇଁ ସମସ୍ତ ଚେଷ୍ଟା କରାଯାଇଥିଲା। ଯେଉଁମାନେ ଦଳରେ ପୂର୍ବରୁ ନେତୃତ୍ୱ ନେଉଥିଲେ ଏବଂ ଏବେ ମଧ୍ୟ ନେଉଛନ୍ତି ସେମାନେ ତାଙ୍କ ବନ୍ଧୁବାନ୍ଧବଙ୍କୁ ଲଗେଇ କୋଟି କୋଟି ଟଙ୍କା କଳାଧନ ଖର୍ଚ୍ଚ କରିଥିଲେ। କେବଳ ପ୍ରଭାତ ବିଶ୍ୱାଳଙ୍କୁ ହରାଇବା ପାଇଁ। କିନ୍ତୁ ଧର୍ମର ବିଜୟ ହୋଇଛି ବୋଲି ବିଶ୍ୱାଳ କହିଛନ୍ତି। ଅନ୍ୟପଟେ କାର୍ଯ୍ୟକ୍ରମକୁ ନେଇ ଦେବାଶିଷ ସାମନ୍ତରାୟ କହିଛନ୍ତି, ଦଳର ସଭାପତି ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅଭିଯାନରେ କିପରି ଅଧିକରୁ ଅଧିକ ଲୋକଙ୍କୁ ଦଳରେ ଯୋଡ଼ିବୁ ଏବଂ ଲୋକଙ୍କ ନିକଟତର ହେବୁ ସେନେଇ ଏଭଳି ଅଭିଯାନ ଆରମ୍ଭ କରାଯାଇଛି। ସମସ୍ତଙ୍କ ମତ ନେଇ ଏକ ଟାର୍ଗେଟ ସ୍ଥିର କରାଯାଇଥିବା ନେଇ ସାମନ୍ତରାୟ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଜେଡିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri