Posted inଫୁରସତ

୩ ଘଣ୍ଟା ଲାଗି ସମାଧି ନେଲେ ସାଧୁ; ମାଟି ତଳୁ ବାହାରିବା ପରେ ଗିରଫ କଲା ପୋଲିସ

ହମିରପୁର, ୨୯।୬- ମାଟି ତଳେ ୩ ଘଣ୍ଟା ପାଇଁ ଜୀବନ୍ତ ସମାଧି ନେଲେ ସାଧୁ। କିନ୍ତୁ ୩ ଘଣ୍ଟା ପରେ ଯେତେବେଳେ ସାଧୁ ମାଟି ତଳୁ ବାହାରିଲେ ପୋଲିସ ତାଙ୍କୁ ଗିରଫ କରିଛି। କରୋନା ନିୟମ ଉଲ୍ଲଘଂନ କରିଥିବା ଅଭିଯୋଗରେ ପୋଲିସ ଏହି ସାଧୁଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଏମିତି ଏକ ଘଟଣା ଉତ୍ତର ପ୍ରଦେଶ ହମିରପୁର ଜିଲା ମାଉଦା କୋଟଓ୍ବାଲୀ ଅଞ୍ଚଳରେ। ସୋମବାର ଦ୍ୱିପହର ସମୟରେ ଜୁନା ଆଖଡ଼ାର ଜଣେ ସାଧୁ ଗୋବିନ୍ଦ ଗିରିଜ ମହାରାଜ ମାଟି ତଳେ ଜୀବନ୍ତ ସମାଧି ନେବାକୁ ପ୍ରସ୍ତୁତ ହେଉଥିଲେ। ସାମାଧି ପାଇଁ ମାଟି ଖୋଳାଯାଇ ବିରାଟ ଗାତ ସୃଷ୍ଟି କରାଯାଇଥିଲା। ସାଧୁ ଗାତ ମଧ୍ୟକୁ ପ୍ରବେଶ କରିବା ପରେ ଭକ୍ତମାନେ ଗାତ ଉପରେ ପଟା ଥୋଇ ପରେ ମାଟି ପକାଇ ପୋତି ଦେଇଥିଲେ। ୩ ଘଣ୍ଟା ପରେ ସାଧୁଙ୍କୁ ମାଟି ଉଠାଇ ଉଦ୍ଧାର କରାଯାଇଥିଲା। ସାଧୁ ବାହାରକୁ ଆସିବା ପରେ ଚାରିଆଡ଼େ ତାଙ୍କର ଜୟ ଜୟକାର ଗାନ କରାଯାଇଥିଲା। ତେବେ ସାଧୁଙ୍କ ସମାଧି ଦେଖିବା ପାଇଁ ଆଖପାଖରେ ଅନେକ ଲୋକ ସେଠାରେ ରୁଣ୍ଡ ହୋଇଥିଲେ। ଏହି ସମୟରେ ଲୋକମାନେ ମୁହଁରେ ମାକ୍ସ ପିନ୍ଧି ନ ଥିଲେ କି ସାମାଜିକ ଦୂରତା ନିୟମକୁ ପାଳନ କରି ନ ଥିଲେ। ଏକାଠି ହୋଇ ସମସ୍ତେ ସାଧୁଙ୍କ ଜୀବନ୍ତ ସମାଧି ଦୃଶ୍ୟକୁ ଉପଭୋଗ କରିବା ସହ ମୋବାଇଲରେ ଏହାର ଭିଡିଓ ବନାଇଥିଲେ। ପୋଲିସ ଏହା ଜାଣିବା ପରେ ଘଟଣାସ୍ଥଳକୁ ଯାଇ ସାଧୁଙ୍କୁ ଗିରଫ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?