୨ ସରପଞ୍ଚଙ୍କ ନାମରେ ଅନାସ୍ଥା ପ୍ରସ୍ତାବ:ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ଓ୍ବାର୍ଡମେମ୍ବର

ଭବାନୀପାଟଣା,୪ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ସରପଞ୍ଚଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ୭ ଜଣ ୱାର୍ଡମେମ୍ବର ଓ ସମିତିସଭ୍ୟ। ଏ ନେଇ ଗୁରୁବାର ସେମାନେ ଭବାନୀପାଟଣା ଆସି ଜିଲାପାଳଙ୍କୁ ଲିଖିତ ଅଭିଯୋଗ ଦେଇଛନ୍ତି। ତେବେ ଜିଲାପାଳ ଉପସ୍ଥିତ ନ ଥିବାରୁ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ ଏହାକୁ ଗ୍ରହଣ କରିଥିଲେ। ଅଭିଯୋଗ ଅନୁଯାୟୀ, ପାଡ଼େପଦର ସରପଞ୍ଚ ଭାବେ ସମ୍ବାରି ମାଝୀ ନିର୍ବାଚିତ ହୋଇଛନ୍ତି। ହେଲେ ଅନେକ ସମୟରେ ପଞ୍ଚାୟତର ସମସ୍ତ କାର୍ଯ୍ୟକ୍ରମରେ ତାଙ୍କ ସ୍ବାମୀ ହସ୍ତକ୍ଷେପ କରୁଥିବା ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି। ଏହାକୁ ୱାର୍ଡମେମ୍ବରମାନେ ବିରୋଧ କଲେ ନାଲିଆଖି ଦେଖାଇ ଧମକ ଦେଉଛନ୍ତି। ତେଣୁ ଅନାସ୍ଥା ଆଣିଥିବା କହିଛନ୍ତି ସ୍ଥାନୀୟ ନାଏବ ସରପଞ୍ଚ ମହେନ୍ଦ୍ର ନାଏକ। ସେହିପରି ସମାନ ଅଭିଯୋଗ ଦେଖିବାକୁ ମିଳିଛି ଭବାନୀପାଟଣା ସଦର ବ୍ଲକର ଅର୍ତ୍ତଳ ପଞ୍ଚାୟତରେ। ଏଠାରେ ନିର୍ବାଚିତ ସରପଞ୍ଚ ଦସମତି ବେମାଲଙ୍କ ନାମରେ ଅନାସ୍ଥା ଆଣିଛନ୍ତି ସ୍ଥାନୀୟ ୱାର୍ଡମେମ୍ବର। ଅପରାହ୍ନରେ ଏହାକୁ ନେଇ ସେମାନେ ଜିଲାପାଳଙ୍କୁ ସାକ୍ଷାତ କରି ଲିଖିତ ଅଭିଯୋଗ ଦେଇଛନ୍ତି। ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟ ଓ ପଞ୍ଚାୟତ କାର୍ଯ୍ୟରେ ତାଙ୍କ ସ୍ବାମୀଙ୍କ ହସ୍ତକ୍ଷେପରେ ଅସନ୍ତୋଷ ହୋଇ ଅନାସ୍ଥା ଆଣିଥିବା ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri