Posted inରାଜ୍ୟ

ଆସନ୍ତା ୩ ବର୍ଷରେ ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୯(ବ୍ୟୁରୋ)-ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ। ସୋମବାର ଭିଡିଓ କନଫରେନ୍ସରେ ଫକୀରମୋହନଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ୱରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସହରରେ ବିକାଶ ଠାରୁ ଆରମ୍ଭ କରି କୋଭିଡ ଲଢେଇ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବସ୍ତିର ଗରିବ ଲୋକମାନେ ଆଗରେ ରହି କାମ କରୁଛନ୍ତି। ତେଣୁ ବିକାଶ ଉପରେ ସେମାନଙ୍କର ସମାନ ଅଧିକାର ରହିଛି। ଏହି ଯୋଜନାରେ ରାଜ୍ୟର ବସ୍ତିରେ ବିଜୁଳି, ଭଲ ପିଇବା ପାଣି, ରାସ୍ତା, ଗୋଷ୍ଠୀ କେନ୍ଦ୍ର ଆଦି ନାଗରିକ ସୁବିଧାର ବିକାଶ କରି ବସ୍ତିର ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଅଣାଯିବା ସହିତ ଜୀବିକା ପାଇଁ ମଧ୍ୟ ସୁଯୋଗ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତିି।
ଏହି ଅବସରରେ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି.ମାଥିଭାଥନନ ସ୍ବାଗତ ଭାଷଣ ଦେଇଥିଲେ। ଜାଗାମିଶନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ.ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ବନ୍ଦ କଲା ଓପିଏସ୍‌ସି

କଟକ ଅଫିସ,୧୮ା୩: କରୋନା ଯୋଗୁ ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଓପିଏସ୍‌ସି ଆନୁକୂଲ୍ୟରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ସାମୟିକ...

ଗଠନ ହେଲା ଭାଜପା ସଂସଦୀୟ କାର୍ଯ୍ୟନିର୍ବାହୀ କମିଟି: ଧର୍ମେନ୍ଦ୍ର, ଜୁଏଲ ହେଲେ ସ୍ବତନ୍ତ୍ର ଆମନ୍ତ୍ରିତ ଅତିଥି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ବୁଧବାର ଭାଜପାର ସଂସଦୀୟ କାର୍ଯ୍ୟନିର୍ବାହୀ କମିଟି ଗଠନ ହୋଇଛି। ଏହି କମିଟିରେ ଓଡ଼ିଶାର ୩ ପ୍ରମୁଖ ଭାଜପା ନେତାଙ୍କୁ ସ୍ଥାନ ମିଳିଛି। ବରଗଡ଼ ଏମ୍‌ପି...

ଆଜି ଜଗତଜନନୀ ମା’ଦୁର୍ଗାଙ୍କର ଅଷ୍ଟମୀ ପୂଜା

ଭୁବନେଶ୍ୱର,୧୩ା୧୦: ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ଅଷ୍ଟମୀ ପୂଜା। ସ୍ବତନ୍ତ୍ର ରୀତିନୀତି ଅନୁସାରେ ଦେବୀପୀଠରେ ମା’ଙ୍କ ପୂଜାର୍ଚ୍ଚନା ଚାଲିଛି। ମଣ୍ଡପ ମଧ୍ୟକୁ ଭକ୍ତମାନଙ୍କୁ ନ ଯିବା...

ବନ୍ୟାକୁ ବର୍ଷେ ପୂରିଲା: ମରାମତି ହେଲାନି ଚେକ୍‌ଡ୍ୟାମ

ଦେଓଗାଁ, ୧୪ା୮(ଡି.ଏନ.ଏ.)- ବଲାଙ୍ଗୀର ସଦର ବ୍ଲକ କୁଡାସିଂହା ଆଖପାଖ ଚାଷୀଙ୍କ ଏକମାତ୍ର ଭରସା ଶିରିଶ କେନାଲ। ଖରିଫ ଋତୁରେ ବର୍ଷା ନିଅଣ୍ଟ ହେଲେ ଏହି କେନାଲ...

CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ଏକ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୧୪।୬(ବ୍ୟୁରୋ): କରୋନା ସଂକ୍ରମଣରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲାର ୫୦ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ ଜିଲାରେ କରୋନା ଜନିତ...

ଶିକ୍ଷକଙ୍କ ବଦଳି ବାତିଲ ଦାବି :ଦେଓଗାଁ ପ୍ରାଥମିକ ସ୍କୁଲରେ ତାଲା ବନ୍ଦ

କଣ୍ଟାମାଳ,୨୭।୭ (ଡି.ଏନ.ଏ) ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଦେଓଗାଁ ନୂତନ ପ୍ରକଳ୍ପ ପ୍ରାଥମିକ ସ୍କୁଲରେ ଶୁକ୍ରବାର ୧୦ଟାରେ ଅଭିଭାବକ ଓ ଛାତ୍ରୀଛାତ୍ର ତାଲା ପକାଇ ଧାରଣା...

ଗଳାବାଟ ଦେଇ ପଶିଆସୁଛନ୍ତି ପ୍ରବାସୀ

ଜଳେଶ୍ୱର, ୨୪।୪(ଡି.ଏନ.ଏ.)-କରୋନା ଦ୍ୱିତୀୟ ଲହର କାୟା ବିସ୍ତାର କରିଚାଲିଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଓଡିଶା-ପଶ୍ଚିମବଙ୍ଗ ଉପାନ୍ତ ସିଲ୍‌ କରାଯାଇଥିଲେ ମଧ୍ୟ ଏବେବି ବହୁ ସ୍ଥାନରେ ଗଳାବାଟ...

ଓଟିଇଟି ବିଭ୍ରାଟ: ୧୪ରେ ବୋର୍ଡ କାର୍ଯ୍ୟାଳୟ ଘେରାଉ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଟିଇଟି ପ୍ରଶ୍ନ ଓ ଫଳ ପ୍ରକାଶନ ବିଭ୍ରାଟକୁ ନେଇ ଏକ୍ସ କ୍ୟାଡର ଶିକ୍ଷକ ମହାସଂଘ ପକ୍ଷରୁ ପୁଣିଥରେ ରାଜ୍ୟସ୍ତରୀୟ ବୋର୍ଡ଼ କାର୍ଯ୍ୟାଳୟ ଘେରାଉ କରାଯିବ।...

Advertisement


Archives

Model This Week