Posted inଖେଳ

ପାରାମାଉଣ୍ଟ ‘ଏ’ ଫାଇନାଲରେ

ଭୁବନେଶ୍ୱର, ୨୧ା୫ (ବିଜୟ ରଣା): ସ୍ଥାନୀୟ ପାରାମାଉଣ୍ଟ ସ୍ପୋର୍ଟିଙ୍ଗ୍ସ ଆନୁକୂଲ୍ୟରେ ଅରବିନ୍ଦମେମୋରିଆଲ ପାରାମାଉଣ୍ଟ କପ୍‌ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି ପାରାମାଉଣ୍ଟ ‘ଏ’ ଦଳ। ସୋମବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଦଳ ୨୨୬ରନରେ ସିଏପି ଟିମ୍‌କୁ ଶୋଚନୀୟ ପରାସ୍ତ କରିଛି। ପାରାମାଉଣ୍ଟ ଗ୍ରାଉଣ୍ଡରେ ବିଜୟୀ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ଯାଇ ପ୍ରନ୍ତିକ ପି. ନାୟକ ଓ ସ୍ବାଗତ ଏସ୍‌. ମିଶ୍ରଙ୍କ ଶତକ ସହାୟତାରେ ନିର୍ଦ୍ଧାରିତ ୪୦ ଓଭରରେ ମାତ୍ର ୨ ଉଇକେଟରେ ୩୪୦ ରନ କରିଥିଲା। ପ୍ରନ୍ତିକ ୧୪୭ ବଲ୍‌ରୁ ସମ୍ମୁଖୀନ ହୋଇ ୨୫ଚୌକା ଓ ୬ ଛକା ସହ ୧୮୮ ରନ କରି ଅପରାଜିତ ରହିଥିଲେ। ସ୍ବାଗତ ୭୬ ବଲ୍‌ରେ ୧୦ ଚୌକା ଓ ୩ ଛକା ସହ ୧୦୦ ରନ କରିଥିଲେ। ଜବାବରେ ସିଏପି ଦଳ ୨୦.୨ ଓଭରରେ ୧୧୪ ରନ କରି ଅଲଆଉଟ ହୋଇଯାଇଥିଲା। ଦଳର ଟପ୍‌ ସ୍କୋରର ଅରବିନ୍ଦ ମୁଦୁଲି ୩୮ ରନ କରିଥିଲେ। ପାରାମାଉଣ୍ଟ ‘ଏ’ ଦଳ ପକ୍ଷରୁ ଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ କରିଥିବା ଶୁଭମ ପରିଡା ୧୪ ରନ ବିନିମୟରେ ୩ ଉଇକେଟ ନେଇଥିବା ବେଳେ ନକିବ ସରବର ଓ ଏସ୍‌. ଆର. ସୁବୁଦ୍ଧି ୨ଟି ଲେଖାଏଁ ଉଇକେଟ ନେଇଥିଲେ। ପାରାମାଉଣ୍ଟ ‘ଏ’ର ପ୍ରନ୍ତିକ ପି. ନାୟକ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଆଡଭୋକେଟ ତଥା ବିଜେଇଏମ୍‌ ସ୍କୁଲର ସଦସ୍ୟ ଡକ୍ଟର ଗଙ୍ଗାଧର ମାନ୍‌ସିଂ ସୋମବାର ମ୍ୟାଚର ଅତିଥିଭାବେ ଯୋଗ ଦେଇଥିଲେ। ମଙ୍ଗଳବାର ଦ୍ୱିତୀୟ ସେମିଫାଇନାଲ ରାମେଶ୍ୱର ବନାମ ପ୍ରଗତି ମଧ୍ୟରେ ହେବ। ଫାଇନାଲ ମ୍ୟାଚ ଆସନ୍ତା ୨୬ ତାରିଖରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri