Posted inଖେଳ

ପାରାମାଉଣ୍ଟ ‘ଏ’ ଫାଇନାଲରେ

ଭୁବନେଶ୍ୱର, ୨୧ା୫ (ବିଜୟ ରଣା): ସ୍ଥାନୀୟ ପାରାମାଉଣ୍ଟ ସ୍ପୋର୍ଟିଙ୍ଗ୍ସ ଆନୁକୂଲ୍ୟରେ ଅରବିନ୍ଦମେମୋରିଆଲ ପାରାମାଉଣ୍ଟ କପ୍‌ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି ପାରାମାଉଣ୍ଟ ‘ଏ’ ଦଳ। ସୋମବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଦଳ ୨୨୬ରନରେ ସିଏପି ଟିମ୍‌କୁ ଶୋଚନୀୟ ପରାସ୍ତ କରିଛି। ପାରାମାଉଣ୍ଟ ଗ୍ରାଉଣ୍ଡରେ ବିଜୟୀ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ଯାଇ ପ୍ରନ୍ତିକ ପି. ନାୟକ ଓ ସ୍ବାଗତ ଏସ୍‌. ମିଶ୍ରଙ୍କ ଶତକ ସହାୟତାରେ ନିର୍ଦ୍ଧାରିତ ୪୦ ଓଭରରେ ମାତ୍ର ୨ ଉଇକେଟରେ ୩୪୦ ରନ କରିଥିଲା। ପ୍ରନ୍ତିକ ୧୪୭ ବଲ୍‌ରୁ ସମ୍ମୁଖୀନ ହୋଇ ୨୫ଚୌକା ଓ ୬ ଛକା ସହ ୧୮୮ ରନ କରି ଅପରାଜିତ ରହିଥିଲେ। ସ୍ବାଗତ ୭୬ ବଲ୍‌ରେ ୧୦ ଚୌକା ଓ ୩ ଛକା ସହ ୧୦୦ ରନ କରିଥିଲେ। ଜବାବରେ ସିଏପି ଦଳ ୨୦.୨ ଓଭରରେ ୧୧୪ ରନ କରି ଅଲଆଉଟ ହୋଇଯାଇଥିଲା। ଦଳର ଟପ୍‌ ସ୍କୋରର ଅରବିନ୍ଦ ମୁଦୁଲି ୩୮ ରନ କରିଥିଲେ। ପାରାମାଉଣ୍ଟ ‘ଏ’ ଦଳ ପକ୍ଷରୁ ଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ କରିଥିବା ଶୁଭମ ପରିଡା ୧୪ ରନ ବିନିମୟରେ ୩ ଉଇକେଟ ନେଇଥିବା ବେଳେ ନକିବ ସରବର ଓ ଏସ୍‌. ଆର. ସୁବୁଦ୍ଧି ୨ଟି ଲେଖାଏଁ ଉଇକେଟ ନେଇଥିଲେ। ପାରାମାଉଣ୍ଟ ‘ଏ’ର ପ୍ରନ୍ତିକ ପି. ନାୟକ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଆଡଭୋକେଟ ତଥା ବିଜେଇଏମ୍‌ ସ୍କୁଲର ସଦସ୍ୟ ଡକ୍ଟର ଗଙ୍ଗାଧର ମାନ୍‌ସିଂ ସୋମବାର ମ୍ୟାଚର ଅତିଥିଭାବେ ଯୋଗ ଦେଇଥିଲେ। ମଙ୍ଗଳବାର ଦ୍ୱିତୀୟ ସେମିଫାଇନାଲ ରାମେଶ୍ୱର ବନାମ ପ୍ରଗତି ମଧ୍ୟରେ ହେବ। ଫାଇନାଲ ମ୍ୟାଚ ଆସନ୍ତା ୨୬ ତାରିଖରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?