ପାଟଣା ରେଞ୍ଜରେ ଗୋଠଛଡ଼ା ଦନ୍ତା ଗାଁରେ ବୁଲିଲା, ୪ ଘର ଭାଙ୍ଗିଲା

ପାଟଣା,୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ମାଛଗଡ଼ ସାଉଥ ଓ ନର୍ଥ ବିଟ୍‌ ଅଞ୍ଚଳରେ ଏକ ଗୋଠଛଡ଼ା ଦନ୍ତାହାତୀ ପଶି ଉତ୍ପାତ କରିଛି। ରାତିରେ ଗାଁ ଦାଣ୍ଡରେ ବୁଲିବା ସହ ୪ ଜଣଙ୍କ ଘର ଭାଙ୍ଗି ଦେଇଛି। ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି।
ବନପାଳ ଭୂପତି ସେଠୀଙ୍କ ସୂଚନା ଅନୁଯାୟୀ, ହାତୀଟି ମୟୂରଭଞ୍ଜ ଜିଲା କରଞ୍ଜିଆ ରେଞ୍ଜରୁ ଚାଲି ଆସିଛି। ରାତିରେ ଟିକା ସିଲ, ବାଉଁଶନାଳୀ, ରାଇଡ଼ିହା, ବାଂଶଡ଼ିହା, ହିଞ୍ଜିଳି ଗାଡ଼ିଆ, ହରିଡ଼ାଗୋଠ, କୁଦାବେଡ଼ା ଓ କେନ୍ଦୁଯୋଡ଼ା ଗାଁ ଦାଣ୍ତରେ ବୁଲୁଥିବା ଗ୍ରାମବାସୀ କହିଛନ୍ତି। କେନ୍ଦୁଯୋଡ଼ାର ପରମେଶ୍ୱର ମାଝୀଙ୍କ କାନ୍ଥ ଭାଙ୍ଗିବା ସହ ବାଉଁଶନାଳୀ କୁଦୁର ସାହିର ରାଜେନ୍ଦ୍ର ପୃଷ୍ଟିଙ୍କ ଦୋକାନ ଘର, ହରିଡ଼ାଗୋଠ କେଶବ ମୁଣ୍ଡାଙ୍କ ଆଜବେଷ୍ଟସ ଘର ଓ କେନ୍ଦୁଯୋଡ଼ା ରାମଚନ୍ଦ୍ର ମହାନ୍ତଙ୍କ ଘର ଭାଙ୍ଗି ଦେଇଛି। ହାତୀଟି ସୋମାବର ହିଞ୍ଜିଳି ଗାଡ଼ିଆ ଗ୍ରାମ୍ୟ ଜଙ୍ଗଲରେ ଥିବା ବନ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri