ବେପାରୀଙ୍କ କବ୍‌ଜାରେ ହଳଦୀପତ୍ର

କେନ୍ଦୁଝର,୧୬।୧୧: ଓଡ଼ିଆ ଘରେ ବାର ମାସରେ ତେର ପର୍ବ। ବିଭିନ୍ନ ପର୍ବରେ ଘରେ ପିଠାପଣାରେ ମହକି ଉଠେ। ଓଡ଼ିଆଣୀ ଘରେ ବିଭିନ୍ନ ପ୍ରକାରର ପିଠା ମଧ୍ୟରୁ ଏଣ୍ଡୁରି ପିଠା ନିଆରା। ଏଣୁ ପ୍ରଥମାଷ୍ଟମୀ ଆସିଲେ ଓଡ଼ିଆ ଘରେ ହଳଦୀପତ୍ର ଖୋଜା ପଡ଼େ। ତେବେ ଆଜିକାଲି ହଳଦୀପତ୍ରର ଚାହିଦା ମୁତାବକ ମିଳୁ ନ ଥିବାରୁ ହାଟବଜାରରେ ବିକ୍ରି ହେଉଛି। ବେପାରୀମାନେ ବାହାର ଜିଲାକୁ ହଳଦୀପତ୍ର ନେଇ ବିକି ବେଶ୍‌ ଲାଭବାନ ହେଉଛନ୍ତି। ମାତ୍ର ଚାଷୀ ଏହାର ପ୍ରକୃତ ଦର ପାଇ ପାରେନାହିଁ।
ଅରୁଆ ଚାଉଳ ଓ ବିରି ମିଶାଇ ପିଠଉ କରି ସେଥିରେ ନଡ଼ିଆ କୋରା ବା ଛେନାପୁର ଦେଇ ଏହି ପିଠା ପ୍ରସ୍ତୁତ କରାଯାଏ। ଏହି ଦିନରେ ହଳଦୀପତ୍ର ପିଠା ସହିତ ଚକୁଳି, ମଣ୍ଡା ଆଦି ପିଠା ଓ ଖିରି ମଧ୍ୟ ଓଡ଼ିଆ ଘରେ ଘରେ ଖାଇଥାନ୍ତି। ହଳଦୀପତ୍ର ସୁମଧୁର ବାସ୍ନା ପିଠାର ସ୍ବାଦକୁ ଦ୍ୱିଗୁଣିତ କରିଥାଏ। ଦୀର୍ଘଦିନ ଧରି ହଳଦୀ ପିଠା ଘରେ ଘରେ ଲୋକମାନେ ଖାଇଥାନ୍ତି ବୋଲି ସାହିତି୍ୟକ ତଥା ସଂଗ୍ରାହକ ପ୍ରଦୀପ ରାଉତ କୁହନ୍ତି। ତେବେ ପ୍ରଥମାଷ୍ଟମୀ ଦିନ ପଢୁଆଁ ବା ଘରର ବଡ଼ ପୁଅ/ଝିଅ ନୂଆ ବସ୍ତ୍ର ପିନ୍ଧି ପୂଜାପାଠ କରି ପିଠା ଖାଇଥାନ୍ତି। ଗାଁ ଗଣ୍ଡା ଅପେକ୍ଷା ସହରାଞ୍ଚଳରେ ଏହାର ଚାହିଦା ଆଜିକାଲି ଅଧିକ ଦେଖାଦେଉଛି। ଏହି ସମୟରେ ହଳଦୀ ଅମଳ ହୋଇଥାଏ। ଏଣୁ ଚାଷୀ ତଥା ବନବାସୀମାନେ ହଳଦୀପତ୍ରକୁ କାଟି ଆଣି ହାଟବଜାରରେ ବିକ୍ରି କରନ୍ତି। ହଳଦୀପତ୍ର ବିଡ଼ା ୧୦ ଟଙ୍କାରୁ ୨୦ ଟଙ୍କାରେ ବିକ୍ରି କରିଥାନ୍ତି। କିଛି ବର୍ଷ ହେଲା ହଳଦୀପତ୍ର ବେପାରୀମାନଙ୍କ କବ୍‌ଜାକୁ ଚାଲିଯାଉଥିବାରୁ ସାଧାରଣ ଲୋକେ ଅସୁବିଧା ଭୋଗୁଛନ୍ତି। ବେପାରୀମାନେ ଚାଷୀ ବା ବନବାସୀଙ୍କଠାରୁ ହଳଦୀପତ୍ର ବହୁତ କମ୍‌ ଦାମରେ କିଣି ଗଚ୍ଛିତ ରଖି କୃତ୍ରିମ ଅଭାବ ସୃଷ୍ଟି କରିଥାନ୍ତି। ପରେ ୩ ରୁ ୪ ଗୁଣାରେ ବାହାର ଜିଲାର ବେପାରୀମାନଙ୍କୁ ବିକ୍ରି କରି ବେଶ୍‌ ମୁନାଫା କମାଇଥାନ୍ତି ବୋଲି ସ୍ଥାନୀୟ ନିବାସୀ ଅନୀଲ ସୋନକାର କୁହନ୍ତି। କିନ୍ତୁ ଚାଷୀ କିମ୍ବା ବନବାସୀ ବହୁ କଷ୍ଟରେ ବଜାରକୁ ବୋହି ଆଣି ପ୍ରକୃତ ମୂଲ୍ୟ ପାଇ ପାରନ୍ତି ନାହିଁ। ଅନେକ ସମୟରେ ବିକ୍ରି ନ ହେଲେ ଫୋପାଡ଼ି ଘରକୁ ଫେରନ୍ତି। ପ୍ରକାଶ ଯେ, କମ ପାଣିରେ ଏହି ଚାଷ ଭଲ ହୋଇଥାଏ। ହାତୀ ବା ବନ୍ୟପ୍ରାଣୀ ଖାଆନ୍ତି ନାହିଁ। କମ୍‌ ପରିଶ୍ରମ ଓ ଯତ୍ନ ଆବଶ୍ୟକ ହୋଇଥାଏ। ଏହି ଲାଭଜନକ ଫସଲ ପାଇଁ ପ୍ରୋତ୍ସାହିତ ଆବଶ୍ୟକ ବୋଲି କୃଷିବିତ୍‌ ତଥା ସମବାୟବିତ୍‌ କାନନ ବିହାରୀ ପହି ମତବ୍ୟକ୍ତ କରନ୍ତି।

 

ନରେଶ ଚନ୍ଦ୍ର ପଟ୍ଟନାୟକ


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri