ରେଳ ବଜେଟରେ ଓଡ଼ିଶାକୁ ୬୯୯୫ କୋଟି ୫୮ ଲକ୍ଷ

ଭୁବନେଶ୍ୱର, ୪।୨(ବ୍ୟୁରୋ): ରେଳ ବଜେଟରେ ଚଳିତ ବର୍ଷ ଓଡ଼ିଶାକୁ ମୋଟ ୬୯୯୫ କୋଟି ୫୮ ଲକ୍ଷ ଟଙ୍କା ଅନୁଦାନ ମିଳିଛି। ଗତବର୍ଷ ଓଡ଼ିଶାକୁ ମୋଟ ୪୩୭୩ କୋଟି ଟଙ୍କାର ଅନୁଦାନ ମିଳିଥିଲା। ଗତବର୍ଷ ଅପେକ୍ଷା ଏବର୍ଷ ୬୦% ଅଧିକ ଅନୁଦାନ ମିଳିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି ଯେ, ପୂର୍ବ ଓ ପଶ୍ଚିମ ଓଡ଼ିଶାକୁ ଯୋଡୁଥିବା ଖୋର୍ଦ୍ଧା ରୋଡ-ବଲାଙ୍ଗୀର ରେଳ ଲାଇନ ୧୦୦୦ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି। ଏହି ରେଳ ଲାଇନ ସମ୍ପୂର୍ଣ୍ଣ ହେଲେ ଓଡ଼ିଶାର ଶିଳ୍ପ, ପର୍ଯ୍ୟଟନ ଓ କୃଷିର ବିକାଶ ହୋଇପାରିବ। ସେହିପରି ଅନୁଗୋଳ-ସୁକିନ୍ଦା ରେଳ ଲାଇନ ପାଇଁ ୪୦୦ କୋଟି ଓ ହରିଦାସପୁର-ପାରାଦୀପ ଲାଇନ ପାଇଁ ୧୦୦ କୋଟି ଟଙ୍କା ଅନୁଦାନ ବ୍ୟବସ୍ଥା ହୋଇଛି। ଜୟପୁର-ମାଲକାନଗିରିକୁ ୨୮ ଓ ଜୟପୁର-ନବରଙ୍ଗପୁରକୁ ୧୫ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସମ୍ବଲପୁର-ତାଳଚେର ରେଳ ଲାଇନ ଦୋହରୀକରଣ ପାଇଁ ୧୭୩ କୋଟି ଟଙ୍କା ବ୍ୟୟବରାଦ ହୋଇଛି ବୋଲି ପ୍ରଧାନ କହିଛନ୍ତି।
ଆହୁରି ମଧ୍ୟ ସେ କହିଛନ୍ତି, ରେଳ ବଜେଟରେ ଓଡ଼ିଶାରେ ଚାଲିଥିବା କାମ ସାରିବାକୁ ଗୁରୁତ୍ୱ ଦିଆଯାଇଛି। ଆଧୁନିକୀକରଣ ଓ ସୁରକ୍ଷାକୁ ମଧ୍ୟ ରେଳ ବଜେଟରେ ଗୁରୁତ୍ୱାରୋପ କରାଯାଇଛି। ନୂଆ ଲାଇନ ପାଇଁ ୧୫୫୩ କୋଟି, ଡବଲିଂ ପାଇଁ ୧୭୦୨ କୋଟି, ଲେବଲ କ୍ରସିଂ ପାଇଁ ୧୮ କୋଟି, ଟ୍ରାକ ନବୀକରଣ ପାଇଁ ୪୦୨ କୋଟି, ସେତୁ ପାଇଁ ୩୮.୫ କୋଟି, ବିଦ୍ୟୁତକରଣ ପାଇଁ ୧୭୩ କୋଟି, ଯାତ୍ରୀ ସୁବିଧା ପାଇଁ ୩୦୦ କୋଟି ଓ ସିଗ୍‌ନାଲ ପାଇଁ ୬୯ କୋଟି ଟଙ୍କା ବ୍ୟବସ୍ଥା ହୋଇଛି।
କେନ୍ଦ୍ରମନ୍ତ୍ରୀ ପ୍ରଧାନ ଆହୁରି କହିଛନ୍ତି,ଓଡ଼ିଶାରେ ରେଳ ସମ୍ପର୍କୀତ ୩ଟି କାରଖାନା ପାଇଁ ୧୨ କୋଟି ମଞ୍ଜୁର ମିଳିଛି। ଅନୁଗୋଳ ବିଦ୍ୟୁତ ରେଳ ଇଞ୍ଜିନ କାରଖାନା ସଂପ୍ରସାରଣ ପାଇଁ ୧ କୋଟି, ମାନେଶ୍ୱର ମାଲବାହୀ ଟ୍ରେନ ମରାମତି କାରଖାନା ପାଇଁ ୧୦ କୋଟି, କଳାହାଣ୍ଡିରେ ବିଦ୍ୟୁତ ଇଞ୍ଜିନ ମରାମତି କାରଖାନା ପାଇଁ ୧ କୋଟି ମଞ୍ଜୁର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri