ଦ୍ୱିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ପାଇବେ କେନ୍ଦୁପତ୍ର ହିତାଧିକାରୀ

ଭୁବନେଶ୍ୱର,୫ା୫(ବ୍ୟୁରୋ): କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି। ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ସର୍ବକାଳୀନ ରେକର୍ଡ।

ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ୱାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳି ଏବଂ ୪୦ ହଜାର ବନ୍ଧାଳି ଓ ସିଜିନାଲ ଷ୍ଟାଫ୍‌ଙ୍କୁ ଏହି ସହାୟତା ମିଳିବ।

ପ୍ରତ୍ୟେକ ତୋଳାଳିଙ୍କୁ ୧ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳି ଓ ସିଜିନାଲ ଷ୍ଟାଫ୍‌ଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।
କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲା ମଧ୍ୟରୁ ଝାରସୁଗୁଡ଼ା ବ୍ୟତୀତ ଅନ୍ୟ ସମସ୍ତ ଜିଲାର ହିତାଧିକାରୀମାନେ ଏହି ସହାୟତା ପାଇବେ। ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡ଼ାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri