ଦ୍ୱିତୀୟ ପର୍ଯ୍ୟାୟରେ ଓଡ଼ିଶାକୁ ୫-ଜି ସେବା

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ହାଇସ୍ପିଡ୍‌ ୫-ଜି ଇଣ୍ଟରନେଟ୍‌ ସେବା ମିଳିବ। ପ୍ରଥମ ପର୍ଯ୍ୟାୟରେ ଏହି ସୁବିଧା ପାଇବାରୁ ଓଡ଼ିଶା ବଞ୍ଚିତ ହେବ। ପରବର୍ତ୍ତୀ ପର୍ଯ୍ୟାୟରେ ଓଡିଶାକୁ ଏହି ସେବାରେ ସାମିଲ କରାଯିବ। ପ୍ରଥମ ପର୍ଯ୍ୟାୟରେ ଆସନ୍ତା ଅଗଷ୍ଟରୁ ସେପ୍ଟେମ୍ବର ମଧ୍ୟରେ ଦେଶର ୨୦ରୁ ୨୫ଟି ସହରରେ ଏହି ସୁବିଧା ଉପଲବ୍ଧ ହେବ। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସୂଚନା ପ୍ରଯୁକ୍ତି ଓ ଟେଲିକମ୍‌ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କୋଣାର୍କଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ ୫-ଜି ସେବା ଯୋଗାଇ ଦେବାକୁ ଓଡ଼ିଶାର କୌଣସି ସହରକୁ ଅନ୍ତର୍ଭୁକ୍ତ କରାଯାଇ ନାହିଁ। ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟକୁ ଏହି ସେବା ଉପଲବ୍ଧ ହେବ। ୫-ଜି ସେବା ପାଇଁ ଟେଲିକମ୍‌ ସେବା ଯୋଗାଉଥିବା ସଂସ୍ଥାଗୁଡ଼ିକ ମିଡ୍‌ ଓ ହାଇବ୍ୟାଣ୍ଡ ସ୍ପେକ୍ଟ୍ରମ ବ୍ୟବହାର କରିବାକୁ ପଡ଼ିବ। ୫-ଜି ସେବା ୪-ଜି ସେବାଠାରୁ ୧୦ ଗୁଣା ସ୍ପିଡ୍‌ ରହିବ ବୋଲି କେନ୍ଦ୍ର ମନ୍ତ୍ରୀ କହିଛନ୍ତି। କୋଣାର୍କକୁ ରେଳ ସଂଯୋଗ ନେଇ କେନ୍ଦ୍ରମନ୍ତ୍ରୀ କହିଛନ୍ତିି ଯେ ଖୁବ୍‌ଶୀଘ୍ର କୋଣାର୍କକୁ ରେଳ ସଂଯୋଗ କରିବା ପାଇଁ ସର୍ଭେ କାର୍ଯ୍ୟ ଆରମ୍ଭ କରାଯିବ। ତେବେ କୋଣାର୍କକୁ ପୁରୀରୁ କିମ୍ବା ଅନ୍ୟ କେଉଁ ସ୍ଥାନରୁ ରେଳ ସଂଯୋଗ କରାଯିବ ତାହାକୁ ଦୃଷ୍ଟିରେ ରଖି ସର୍ଭେ କାର୍ଯ୍ୟ କରାଯିବ। ଅଗ୍ନିପଥ ଯୋଜନାକୁ ନେଇ କୌଣସି ପ୍ରକାର ରାଜନୀତି ଓ ଗୁଜବକୁ ବିଶ୍ୱାସ ନ କରିବାକୁ ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ଏଥିସହିତ ଏହି ଯୋଜନାକୁ ନେଇ ରାଜନୀତି ନ କରିବାକୁ ଅଶ୍ୱିନୀ ରାଜନୈତିକ ଦଳଗୁଡ଼ିକୁ ଆହ୍ବାନ କରିଛନ୍ତି। ୧୯୯୦ ମସିହାରୁ ଅଗ୍ନିପଥ ଯୋଜନା ପ୍ରସ୍ତୁତ କରାଯାଇଥିଲା। ଅନେକ ଦେଶ ଏହି ଯୋଜନାକୁ କାର୍ଯ୍ୟକାରୀ କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri