ଦ୍ୱିତୀୟ ଲହରରେ ବୟସ୍କ ଅଧିକ ଅସୁରକ୍ଷିତ

ନୂଆଦିଲ୍ଲୀ, ୨୦।୪(ପି.ଟି.): କରୋନାର ପ୍ରଥମ ଲହର ଭଳି ଦ୍ୱିତୀୟ ଲହର ମଧ୍ୟ ବୟସ୍କଙ୍କ ପାଇଁ ଅଧିକ ବିପଜ୍ଜନକ ସାବ୍ୟସ୍ତ ହୋଇଛି। କାରଣ ୭୦ ପ୍ରତିଶତରୁ ଉର୍ଦ୍ଧ୍ୱ କୋଭିଡ୍‌ ରୋଗୀଙ୍କ ବୟସ ୪୦ ବର୍ଷରୁ ଅଧିକ ବୋଲି ଜଣାପଡ଼ିଥିବା ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି। ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ଆଇସିଏମ୍‌ଆର ମହାନିର୍ଦ୍ଦେଶକ ବଳରାମ ଭାର୍ଗବ କହିଛନ୍ତି, ହସ୍ପିଟାଲରେ ଭର୍ତ୍ତି ହେଉଥିବା କରୋନା ରୋଗୀଙ୍କ ମୃତ୍ୟୁକୁ ନେଇ ପ୍ରଥମ ଓ ଦ୍ୱିତୀୟ ଲହର ମଧ୍ୟରେ କୌଣସି ପାର୍ଥକ୍ୟ ନାହିଁ। ତେବେ ଦ୍ୱିତୀୟ ଲହରର କରୋନା ରୋଗୀଙ୍କ ପାଇଁ ଅଧିକ ଅକ୍ସିଜେନ ଆବଶ୍ୟକତା ପଡ଼ୁଥିବାବେଳେ ଭେଣ୍ଟିଲେଟର ଆବଶ୍ୟକତା ସେତେ ଅଧିକ ପଡ଼ୁନାହିଁ। ମେଡିକାଲ ଅକ୍ସିଜେନ୍‌ ଆବଶ୍ୟକତା ବଢ଼ିଥିବାରୁ କେତେକ ରାଜ୍ୟରେ ଅଭାବ ଦେଖାଦେଇଥିବା ସରକାର କହିଛନ୍ତି।
ଦ୍ୱିତୀୟ ଲହରର ରୋଗୀଙ୍କ କ୍ଷେତ୍ରରେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ଘଟଣା ଅଧିକ ଦେଖାଯାଉଛି। କିନ୍ତୁ ଗଳା ଦରଜ ହେବା, ଶୁଖିଲା କାଶ ଏବଂ ଅନ୍ୟ ଲକ୍ଷଣ ପ୍ରଥମ ଲହରରେ ଅଧିକ ଥିଲା ବୋଲି ଭାର୍ଗବ କହିଛନ୍ତି। ପ୍ରଥମ ଲହରରେ ୪୧.୫ ପ୍ରତିଶତ ରୋଗୀ ଅକ୍ସିଜେନ୍‌ ଆବଶ୍ୟକ କରୁଥିଲାବେଳେ ଦ୍ୱିତୀୟ ଲହରରେ ୫୪.୫ ପ୍ରତିଶତ ରୋଗୀଙ୍କୁ ଅକ୍ସିଜେନ ଦେବାକୁ ପଡ଼ୁଛି। ପ୍ରଥମ ଲହରର ୭,୬୦୦ ରୋଗୀ ଏବଂ ଦ୍ୱିତୀୟ ଲହରର ୧,୮୮୫ ରୋଗୀଙ୍କୁ ନେଇ କରାଯାଇଥିବା ଅଧ୍ୟୟନରୁ ଉପରୋକ୍ତ ସୂଚନା ମିଳିଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ପ୍ରଥମ ଲହରରେ ୩୧ ପ୍ରତିଶତ ରୋଗୀଙ୍କ ବୟସ ୩୦ ବର୍ଷରୁ କମ୍‌ ଥିଲା। ଦ୍ୱିତୀୟ ଲହରରେ ୩୨ ପ୍ରତିଶତଙ୍କ ବୟସ ୩୦ ବର୍ଷରୁ କମ୍‌ ଥିବା ଜଣାଯାଇଛି ବୋଲି ନୀତି ଆୟୋଗ ସଦସ୍ୟ (ସ୍ବାସ୍ଥ୍ୟ) ଭି.କେ. ପଲ୍‌ କହିଛନ୍ତି। କେବଳ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଓ ମଧ୍ୟମ ଅସୁସ୍ଥ ଥିବା ରୋଗୀଙ୍କୁ ରେମ୍‌ଡେସିଭିର ଦେବା ପାଇଁ ପଲ୍‌ କହିଛନ୍ତି। ଘରେ ଥିବା ରୋଗୀଙ୍କୁ ଏହି ଇଞ୍ଜେକ୍‌ଶନ ନ ଦେବା ଲାଗି ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri