ପାଚିଲା ଆମ୍ବ ବାସ୍ନାରେ ଜନବସତିମୁହାଁ ହାତୀପଲ

ବାରିପଦା ଅଫିସ,୧୯ା୫- କିଛି ଦିନର ବ୍ୟବଧାନ ପରେ ମୟୂରଭଞ୍ଜ ଜିଲା କରଞ୍ଜିଆ ଓ ବେତନଟୀ ବନଖଣ୍ଡକୁ ପୁଣି ହାତୀପଲ ଲେଉଟିଛନ୍ତି। ପାଚିଲା ଆମ୍ବ ବାସ୍ନାରେ ସେମାନେ ପାଗଳପ୍ରାୟ ହୋଇ ଜନବସତିମୁହାଁ ହେଉଛନ୍ତି। ସୋମବାର ବିଳମ୍ବିତ ରାତିରେ ୧୭ ଟିକିଆ ଝାଡ଼ଖଣ୍ଡୀ ହାତୀପଲ ଚମ୍ପୁଆ ଅଞ୍ଚଳ ଦେଇ କରଞ୍ଜିଆ ବନଖଣ୍ଡରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ସକାଳେ ଦୁଧିଆଣି ରେଞ୍ଜର ଦରି ସଂରକ୍ଷିତ ଜଙ୍ଗଲରେ ଏହି ହାତୀପଲ ରହିଥିଲେ। ତେବେ ଖାଦ୍ୟ ଅନ୍ବେଷଣରେ ହାତୀପଲ ନିକଟସ୍ଥ ଗାଁ ଭିତରକୁ ପ୍ରବେଶ କରିବା ଆଶଙ୍କା ଥିବାରୁ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ବନବିଭାଗ ସେମାନଙ୍କ ଗତିବିଧି ଉପରେ ନଜର ରଖିବା ସହିତ ଘଉଡ଼ାଇବା ପାଇଁ ପ୍ରୟାସ ଜାରି ରଖିଥିବା ତାଟୋ ରେଞ୍ଜ ଅଧିକାରୀ ସରୋଜ ପଣ୍ଡା ସୂଚନା ଦେଇଛନ୍ତି। ସେହିପରି ବେତନଟୀ ରେଞ୍ଜ ଅଞ୍ଚଳକୁ ଶିମିଳିପାଳର ୧୯ ହାତୀ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ହାତୀପଲ ବ୍ୟାପକ ଫଳ ଓ ପନିପରିବା ଚାଷ ନଷ୍ଟ କରିଛନ୍ତି। ତାଡ଼କି ନିକଟରେ ଥିବା ୩୫ ଏକରରୁ ଅଧିକ ଆମ୍ବ ବଗିଚାରେ ପ୍ରବେଶକରି କ୍ଷୟକ୍ଷତି ଘଟାଇଛନ୍ତି। ପାଚିଲା ଆମ୍ବ ଖାଇବା ସହିତ ବ୍ୟାପକ ଗଛ ନଷ୍ଟ କରୁଥିବାରୁ ଆମ୍ବ ଚାଷୀ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଦୀର୍ଘଦିନ ଧରି ଏହି ଶିମିଳିପାଳ ହାତୀପଲ ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ବିଚରଣ କରୁଥିବା ବେଳେ ୩ଦିନ ହେଲା ବେତନଟୀ ରେଞ୍ଜ ଅଞ୍ଚଳକୁ ଫେରିଛନ୍ତି। ଏନେଇ ବନବିଭାଗ ଚିନ୍ତିତ ଥିବାବେଳେ କ୍ଷତିଗ୍ରସ୍ତ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri