ପାଚିଲା ଆମ୍ବ ବାସ୍ନାରେ ଜନବସତିମୁହାଁ ହାତୀପଲ

ବାରିପଦା ଅଫିସ,୧୯ା୫- କିଛି ଦିନର ବ୍ୟବଧାନ ପରେ ମୟୂରଭଞ୍ଜ ଜିଲା କରଞ୍ଜିଆ ଓ ବେତନଟୀ ବନଖଣ୍ଡକୁ ପୁଣି ହାତୀପଲ ଲେଉଟିଛନ୍ତି। ପାଚିଲା ଆମ୍ବ ବାସ୍ନାରେ ସେମାନେ ପାଗଳପ୍ରାୟ ହୋଇ ଜନବସତିମୁହାଁ ହେଉଛନ୍ତି। ସୋମବାର ବିଳମ୍ବିତ ରାତିରେ ୧୭ ଟିକିଆ ଝାଡ଼ଖଣ୍ଡୀ ହାତୀପଲ ଚମ୍ପୁଆ ଅଞ୍ଚଳ ଦେଇ କରଞ୍ଜିଆ ବନଖଣ୍ଡରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ସକାଳେ ଦୁଧିଆଣି ରେଞ୍ଜର ଦରି ସଂରକ୍ଷିତ ଜଙ୍ଗଲରେ ଏହି ହାତୀପଲ ରହିଥିଲେ। ତେବେ ଖାଦ୍ୟ ଅନ୍ବେଷଣରେ ହାତୀପଲ ନିକଟସ୍ଥ ଗାଁ ଭିତରକୁ ପ୍ରବେଶ କରିବା ଆଶଙ୍କା ଥିବାରୁ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ବନବିଭାଗ ସେମାନଙ୍କ ଗତିବିଧି ଉପରେ ନଜର ରଖିବା ସହିତ ଘଉଡ଼ାଇବା ପାଇଁ ପ୍ରୟାସ ଜାରି ରଖିଥିବା ତାଟୋ ରେଞ୍ଜ ଅଧିକାରୀ ସରୋଜ ପଣ୍ଡା ସୂଚନା ଦେଇଛନ୍ତି। ସେହିପରି ବେତନଟୀ ରେଞ୍ଜ ଅଞ୍ଚଳକୁ ଶିମିଳିପାଳର ୧୯ ହାତୀ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ହାତୀପଲ ବ୍ୟାପକ ଫଳ ଓ ପନିପରିବା ଚାଷ ନଷ୍ଟ କରିଛନ୍ତି। ତାଡ଼କି ନିକଟରେ ଥିବା ୩୫ ଏକରରୁ ଅଧିକ ଆମ୍ବ ବଗିଚାରେ ପ୍ରବେଶକରି କ୍ଷୟକ୍ଷତି ଘଟାଇଛନ୍ତି। ପାଚିଲା ଆମ୍ବ ଖାଇବା ସହିତ ବ୍ୟାପକ ଗଛ ନଷ୍ଟ କରୁଥିବାରୁ ଆମ୍ବ ଚାଷୀ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଦୀର୍ଘଦିନ ଧରି ଏହି ଶିମିଳିପାଳ ହାତୀପଲ ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ବିଚରଣ କରୁଥିବା ବେଳେ ୩ଦିନ ହେଲା ବେତନଟୀ ରେଞ୍ଜ ଅଞ୍ଚଳକୁ ଫେରିଛନ୍ତି। ଏନେଇ ବନବିଭାଗ ଚିନ୍ତିତ ଥିବାବେଳେ କ୍ଷତିଗ୍ରସ୍ତ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri