ଶେୟାର ବଜାରରେ ରେକର୍ଡ, ପ୍ରଥମ ଥର ପାଇଁ ସେନସେକ୍ସ୍‌ ଟପିଲା ୫୭ ହଜାର ଅଙ୍କ…

ମୁମ୍ବାଇ,୩୧।୮: ଭାରତୀୟ ଶେୟାର ବଜାରରେ ମଙ୍ଗଳବାର ରେକର୍ଡ ସୃଷ୍ଟି ହୋଇଛି। ପ୍ରଥମ ଥର ପାଇଁ ସେନସେକ୍ସ୍‌ ୫୭ ହଜାର ଅଙ୍କ ଟପିଛି। ପୂର୍ବାହ୍ନ ୯ଟା ୨୪ରେ ସେନସେକ୍ସ୍‌ରେ ୨୩୫ ଅଙ୍କ ବୃଦ୍ଧି ଘଟି ଏହା ୫୭,୧୨୪.୭୮ ଛୁଇଁଛି। ଯାହା ଏପର୍ଯ୍ୟନ୍ତ ଏହାର ରେକର୍ଡ ସ୍ତର ବୋଲି କୁହାଯାଉଛି। ନିଫ୍ଟି ପ୍ରାୟ ୧୭ ହଜାର ଅଙ୍କ ପାଖାପାଖି ରହିଛି। ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି ୧୬ ପଏଣ୍ଟ ବୃଦ୍ଧି ସହିତ ୧୬,୯୪୭.୫୦ରେ ଖୋଲିଛି। ଏହାପରେ ନିଫ୍ଟି ୬୪ ପଏଣ୍ଟ ବୃଦ୍ଧି ପାଇ ୧୬,୯୯୫.୫୫ରେ ପହଞ୍ଚିଛି । ଆଇଟି ଇଣ୍ଡେକ୍ସରେ ୧ ପ୍ରତିଶତ ବୃଦ୍ଧି ପାଇଛି। ଏହା ସହିତ ଏଫ୍‌ଏମ୍‌ସିଜି ଏବଂ ଫାର୍ମା କମ୍ପାନୀର ଶେୟାରରେ ମଧ୍ୟ ବୃଦ୍ଧି ଦେଖିବାକୁ ମିଳିଛି।

ଆମେରିକା ବଜାରରୁ ଭଲ ସଙ୍କେତ, ଦେଶରେ କରୋନା ମାମଲା ହ୍ରାସ ଏବଂ ଟିକାକରଣ କାର୍ଯ୍ୟକ୍ରମରେ ବୃଦ୍ଧି, ଅଗଷ୍ଟରେ ଅଟୋ ବିକ୍ରୟ ସଂଖ୍ୟାରେ ବୃଦ୍ଧିି, ଜିଡିପିରେ ରେକର୍ଡ ବୃଦ୍ଧି ଆଦି ଯୋଗୁ ଶେୟାର ବଜାରରେ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ଅନୁମାନ କରାଯାଉଛି। ମଙ୍ଗଳବାର ସନ୍ଧ୍ୟାରେ ସରକାରଙ୍କ ପକ୍ଷରୁ ଜିଡ଼ିପି ଆକଳନ ଜାରି କରାଯିବ। ଏହା ପୂର୍ବରୁ ଶେୟାର ବଜାରରେ ରେକର୍ଡ ସୃଷ୍ଟି ହୋଇଛି।

ଅପରପକ୍ଷରେ ଏସବିଆଇର ଇକୋରୈପ ରିସର୍ଚ୍ଚ ରିପୋର୍ଟ ଅନୁଯାୟୀ ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୟମାସରେ ଦେଶର ଜିଡିପି ୧୮.୫ ପ୍ରତିଶତ ହାରରେ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ସେହିପରି ଏପ୍ରିଲ-ଜୁନ୨୯୨୧ ତ୍ରୟମାସ ପାଇଁ ଆରବିଆଇ ପକ୍ଷରୁ ଜିଡିପି ଅଭିବୃଦ୍ଧି ୨୧.୪ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ଏସବୁ ରିପୋର୍ଟର ସକାରାତ୍ମକ ପ୍ରଭାବ ଶେୟାର ବଜାର ଉପରେ ପଡିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?